Below header

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଆସନ୍ତୁ ଜାଣିବା ଏହି ଦିନ ଅଜଣା କଥା 

ଭାଇ ଭଉଣୀ ମଧ୍ୟରେ ରହିଥିବା ସଂପର୍କ ତଥା ପ୍ରେମର ଡ଼ୋରୀକୁ ବାନ୍ଧିବାର ପରମ୍ପାରକୁ ରାକ୍ଷୀ କୁହାଯାଇଥାଏ । ପୁରାତନ କାଳରୁ ହିଁ ଭାରତୀୟ ସଂସ୍କୃତିରେ ଏହାକୁ ପାଳନ କରାଯାଉଛି । ଏହାର ଅନେକ ପୁରାଣ ଓ ଇତିହାସରେ ରହିଛି । ଆଜି ଆମେ ଆପଣଙ୍କୁ ଏହାର ଇତିହାସ ସହ ପୌରାଣିକ ମହତ୍ତ୍ୱ ବତାଇବାକୁ ଯାଉଛୁ । ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ, ଯାହାକି ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ

rakhi-2

ପୁରାଣରେ ଅସୁର ରାଜା ବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରାକ୍ଷୀ ପୂର୍ଣ୍ଣିମା ଭଉଣୀର ସମ୍ମାନ ରକ୍ଷା କରିଆସିଛି । ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ ଭକ୍ତ ଥିଲେ, ତାଙ୍କ ଉପରେ କୌଣସି ବିପଦ ନଆସୁ ଏହା ବିଷ୍ଣୁ ଚାହୁଁ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗ କରି ବଳିର ରାଜ ପ୍ରାସାଦରେ ଅବସ୍ଥାନ କଲେ । ଏହା ମହାଲକ୍ଷ୍ମୀ ଚାହୁଁ ନଥିଲେ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କ’ଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।

ନିଶ୍ଚିତ ପଢ଼ନ୍ତୁ:ରହସ୍ୟମୟୀ କୁଅ : ଯାହା ପୃଥିବୀକୁ ନାଗଲୋକ ସହ କରିଛି ସଂଯୋଗ

ଏହା ଛଡ଼ା ଦ୍ୱାପର ଯୁଗରେ ମଧ୍ୟ ରାକ୍ଷୀ ପୂର୍ଣ୍ଣିମାର ଅନେକ ଘଟଣା ଦେଖିବାକୁ ମିଳିଛି । ମହାଭାରତରେ କୃଷ୍ଣ ଓ ଦ୍ରୌପଦୀଙ୍କର ଭାଇ ଏବଂ ଭଉଣୀ ସଂପର୍କ ରହିଥିଲା । । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଏଥିଯୋଗୁଁ ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଚେଷ୍ଟା କରୁଥିଲେ, ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନ କରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।

ଇତିହାସରେ ମଧ୍ୟ ରହିଛି ରକ୍ଷାବନ୍ଧନ । ଯଦିଓ ଏହି ଘଟଣା ପଚରେ ରହିଛି ରାଜନୈତିକ ଅଭିସନ୍ଧି ତଥାପି ରାଖୀ ବାନ୍ଧିଥିବା ଭଉଣୀର ସମ୍ମାନ ରକ୍ଷା ପାଇଁ ଭାଇ ପଛଘୁଞ୍ଚା ଦେଇନାହିଁ । ପ୍ରଥମ ଘଟଣାଟି ହେଲା ଖ୍ରୀଷ୍ଟପୂର୍ବ ୩୦୦ ବର୍ଷ ତଳର । ମାସିଡୋନିଆର ସମ୍ରାଟ ଆଲେକଜାଣ୍ଡାର ଭାରତ ଉପରେ ବିଜୟ ଲାଭ ପାଇଁ ଅଗ୍ରସର ହେଉଥିବା ବେଳେ ରାଜା ପୁରୁଙ୍କ ସମ୍ମୁଖୀନ ହେଇଥିଲେ । ପ୍ରଥମ ଥର ପୁରୁଙ୍କ ଠାରୁ ଆଲେକଜାଣ୍ଡାର ପରାସ୍ତ ହେଲେ, ସେତେ ବେଳେ ଆଲେକଜାଣ୍ଡାରଙ୍କ ପତ୍ନୀ ରୁକ୍ସାନା, ପୁରୁଙ୍କ ନିକଟକୁ ଏକ ରାକ୍ଷୀ ପ୍ରେରଣ କରିଥିଲେ । ପୁରୁ ତାଙ୍କୁ ନିଜର ଭଉଣୀ ଭାବେ ଗ୍ରହଣ କରିଥିଲେ ।

ନିଶ୍ଚିତ ପଢ଼ନ୍ତୁ:୬ ବର୍ଷ ହେବ ଖାଉଛନ୍ତି ସ୍ୱାମୀଙ୍କ ଦେହାବଶେଷ ପାଉଁଶ

କହିବାକୁ ଗଲେ ପୁରାତନ କାଳରୁ ଆରମ୍ଭ ହୋଇଥିବା ରାକ୍ଷୀ ବର୍ତ୍ତମାନ ପର୍ଯ୍ୟନ୍ତ ଚାଲିଆସିଛି । ସମସ୍ତ ବନ୍ଧନଠାରୁ ଭାଇ ଭଉଣୀଙ୍କ ସଂପର୍କ ନିଆରା । ଏହାର ଏକ ଭିନ୍ନ ସ୍ୱାଦ ଏବଂ ଭାବ ରହିଛି ଯାହାକୁ କେହି ମଧ୍ୟ ମନା କରିପାରିବେ ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.