ସ୍ପେଶାଲ

ନବରାତ୍ରି ୫ମ ଦିନ : ମା’ଙ୍କ ପଞ୍ଚମ ସ୍ୱରୂପ ସ୍କନ୍ଦମାତା, ସ୍କନ୍ଦମାତାଙ୍କ ଠାରୁ ଯୁଦ୍ଧ ପ୍ରଶିକ୍ଷିଣ ନେବା ପରେ ଭଗବାନ ସ୍କନ୍ଦ ତାରକାସୁରର କରିଥିଲେ ବଧ

ଆଜି ନବରାତ୍ରିର ପଞ୍ଚମ ଦିନ। ଆଜିର ଦିନରେ ମା ସ୍କନ୍ଦମାତାଙ୍କୁ ପୂଜା କରାଯାଇଥାଏ । ଭଗବାନ ଶିବ ଏବଂ ମାତା ପାର୍ବତୀଙ୍କ ପୁତ୍ର ଭଗବାନ କାର୍ତ୍ତିକେୟଙ୍କ ଅନ୍ୟନାମ ସ୍କନ୍ଦ । ପୌରାଣିକ ମାନ୍ୟତା ଅନୁଯାୟୀ ତାରକାସୁରର ନାଁ ରାକ୍ଷସ ଥିଲା । ଯାହାର ମୃତ୍ୟୁ କେବଳ ଭଗବାନ ଶଙ୍କରଙ୍କ ପୁତ୍ରଙ୍କ ଦ୍ୱାରା ସମ୍ଭବ ଥିଲା । ଏହା ଜାଣିବା ପରେ ମା ପାର୍ବତୀ ପୁତ୍ର କାର୍ତ୍ତିକଙ୍କୁ ଯୁଦ୍ଧ ପାଇଁ ପ୍ରଶିକ୍ଷିତ କରିବା ସହ ସ୍କନ୍ଦ ମାତାଙ୍କ ରୂପ ଧାରଣ କରିଥିଲେ । ସ୍କନ୍ଦମାତାଙ୍କ ଠାରୁ ଯୁଦ୍ଧ ପ୍ରଶିକ୍ଷିଣ ନେବା ପରେ ଭଗବାନ ସ୍କନ୍ଦ ତାରକାସୁରର ବଧ କରିଥିଲେ ।

ଦେବୀ ଦୁର୍ଗାଙ୍କ ପଞ୍ଚମ ଅବତାରକୁ ସ୍କନ୍ଦମାତା କୁହାଯାଇଥାଏ। ଭଗବାନ ସ୍କନ୍ଦ ବାଲ୍ୟ ରୂପେ ମାତା ସ୍କନ୍ଦଙ୍କ କୋଳରେ ବିରାଜିତ ହୋଇଛନ୍ତି । ମାତାଙ୍କ ଏହି ଦିନ ସାଧକଙ୍କ ମନ ବିଶୁଦ୍ଧ ଚକ୍ରରେ ଅବସ୍ଥିତ ହୋଇଥାଏ । ସ୍କନ୍ଦମାତାଙ୍କୁ ବିଦ୍ୟବାସିନୀ ମଧ୍ୟ କୁହାଯାଏ । ଶାସ୍ତ୍ରରେ ସ୍କନ୍ଦଙ୍କୁ କୁମାର କାର୍ତ୍ତିକେୟ କୁହାଯାଇଥାଏ । ଥରେ ଇନ୍ଦ୍ର କାର୍ତ୍ତିକଙ୍କୁ ଉପହାସ କରିବା ସହ କହିଥିଲେ ତୁମେ ଭଗବାନ ଶଙ୍କର ଏବଂ ମାତା ପାର୍ବତୀଙ୍କ ସନ୍ତାନ ନୁହଁନ୍ତି । ଏହାଦ୍ୱାରା କୁମାର କାର୍ତ୍ତିକେୟ ବହୁତ ଦୁଃଖି ହୋଇଥିଲେ । ଏହାପରେ ମାତା କାର୍ତ୍ତିକେୟଙ୍କ ଦୁଃଖ ବୁଝିପାରିଥିଲେ ଏବଂ ସିଂହ ଉପରେ ବିରାଜମାନ କରି ପ୍ରକଟ ହୋଇ ନିଜ କୋଳରେ କାର୍ତ୍ତକଙ୍କୁ ଉଠାଇ ନେଇଥିଲେ ।

ନବରାତ୍ରିରେ ମା’ ସ୍କନ୍ଦମାତାଙ୍କୁ ପୂଜା କଲେ ଆତ୍ମବିଶ୍ୱାସ ବୃଦ୍ଧି ହୋଇଥାଏ । ମା’ଙ୍କ ପୂଜା ଦ୍ୱାରା ଜ୍ଞାତ ଓ ଅଜ୍ଞାତ ଶତ୍ରୁ ଭୟ ଦୂର ହୋଇଥାଏ । ଏହାସହ ଜୀବନରେ ଆସୁଥିବା ସଙ୍କଟ ମଧ୍ୟ ମା’ ଦୂର କରିଥାନ୍ତି । ମା’ ସ୍କନ୍ଦମାତାଙ୍କୁ ପୂଜା କଲେ ଜ୍ଞାନ ବୃଦ୍ଧି ଘଟିଥାଏ । ବିଧି ପୂର୍ବକ ମା’ଙ୍କୁ ପୂଜା କଲେ ତ୍ୱଚା ସମ୍ବନ୍ଧୀୟ ରୋଗ ମଧ୍ୟ ଦୂର ହୋଇଥାଏ ବୋଲି କୁହାଯାଏ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର କରିବାକୁ ମା’ ସ୍କନ୍ଦମାତାଙ୍କ ପୂଜା ସହାୟକ ହୋଇଥାଏ ବୋଲି ବିଶ୍ୱାସ ରହିଛି ।

ପୌରାଣିକ କଥା ଅନୁସାରେ, ମା ହିମାଳୟ ପୁତ୍ରୀ । ମା’ ମାହେଶ୍ୱରୀ ଓ ଗୌରୀ ନାମରେ ମଧ୍ୟ ନାମିତ । ସ୍କନ୍ଦମାତା ପଦ୍ମ ଫୁଲରେ ଅଭୟ ମୁଦ୍ରାରେ ବିରାଜମାନ । ମା’ଙ୍କ ରୂପ ଅତ୍ୟନ୍ତ ସୁନ୍ଦର। ତାଙ୍କ ମୁଖରେ ଏକ ଉଜ୍ଜ୍ୱଲ୍ୟ ଦେଖିବାକୁ ମିଳିଥାଏ । ସେଥିପାଇଁ ତାଙ୍କୁ ମା’ ଗୌରୀ ମଧ୍ୟ କୁହାଯାଏ ।

ପୂଜା ମୁହୂର୍ତ୍ତ : ୧୧ଟା ରୁ ୧୨.୨୯ ମିନିଟ୍‌ ରହିଥିବା ବେଳେ ବିଜୟ ମୁହୂର୍ତ୍ତ ଦିନ ୨ଟାରୁ ୨.୪୫ ମିନିଟ ପର୍ଯ୍ୟନ୍ତ ରହିଛି । ସେହିପରି ଗୋଧୂଳି ମୁହୂର୍ତ୍ତ ସନ୍ଧ୍ୟ ୫.୪୮ରୁ ୬.୧୩ ମିନିଟ୍‌ ପର୍ଯ୍ୟନ୍ତ ସହିତଥିବା ଅମୃତକାଳ ୧୨.୧୪ମିନିଟରୁ ୧.୫୧ ମିନିଟ ପର୍ଯ୍ୟନ୍ତ ରହିଛି ।
ପୂଜା ବିଧି :

ନବରାତ୍ରି ପଞ୍ଚମୀ ତିଥିରେ ପ୍ରାତଃ କଲା ସ୍ନାନ ସାରି ସ୍ଵଛ ବସ୍ତ୍ର ଧାରଣ କରନ୍ତୁ। ଏହାପରେ ପୂଜା ଆରମ୍ଭ କରନ୍ତୁ। ମା’ଙ୍କ ପ୍ରତିମାକୁ ଗଙ୍ଗାଜଳରେ ଶୁଦ୍ଧ କରନ୍ତୁ। ମିଠା ଓ ୫ ପ୍ରକାର ଫଳ ଭୋଗ ଲଗାନ୍ତୁ। କଳସରେ ଜଳ ଭର୍ତ୍ତି କରି ସେଥିରେ କିଛି ମୁଦ୍ରା ରଖନ୍ତୁ। ଏହାପରେ ପୂଜା ସଂକଳ୍ପ ନିଅନ୍ତୁ। ମାତାଙ୍କୁ ଚନ୍ଦନ, ସିନ୍ଦୁର ଓ ଫୁଲ ଅର୍ପଣ କରନ୍ତୁ। ଏହାପରେ ମା’ଙ୍କ ଆଳତୀ କରନ୍ତୁ ଓ ମା’ଙ୍କ ମନ୍ତ୍ର ମଧ୍ୟ ଜପ କରନ୍ତୁ।

ସ୍କନ୍ଦମାତାଙ୍କ ମନ୍ତ୍ର :

ୟା ଦେବୀ ସର୍ବଭୂତେଷୁ ମା’ ସ୍କନ୍ଦମାତା ରୁପେଣ ସଂସ୍ଥିତା
ନମସ୍ତସ୍ୟେ ନମସ୍ତସ୍ୟେ ନମସ୍ତସ୍ୟେ ନମୋ ନମଃ
ମା ସ୍କନ୍ଦମାତାଙ୍କ ବିଶେଷ ପ୍ରସାଦ:

ନବରାତ୍ରିର ପଞ୍ଚମ ଦିନରେ ମାଙ୍କୁ କଦଳୀ ଭୋଗ ଲଗାନ୍ତୁ। ଏହାକୁ ପ୍ରସାଦ ଭାବେ ଗ୍ରହଣ କରନ୍ତୁ। ସନ୍ତାନ ଏବଂ ସ୍ବାସ୍ଥ୍ଯ ଜନିତ ସମସ୍ଯା ଦୂର ହେବ।

Swagatika

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

1 hour ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago