ଶାରଦୀୟ ନବରାତ୍ରି : ପଞ୍ଚମ ଦିନରେ କରନ୍ତୁ ମା’ ସ୍କନ୍ଦମାତାଙ୍କୁ ପୂଜା

ଆଜି ନବରାତ୍ରିର ପଞ୍ଚମ ଦିନ। ଆଜିର ଦିନରେ ମା ସ୍କନ୍ଦମାତାଙ୍କୁ ପୂଜା କରାଯାଇଥାଏ। ଭଗବାନ ଶିବ ଏବଂ ମାତା ପାର୍ବତୀଙ୍କ ପୁତ୍ର ଭଗବାନ କାର୍ତ୍ତିକେୟଙ୍କ ଅନ୍ୟନାମ ସ୍କନ୍ଦ। ପୌରାଣିକ ମାନ୍ୟତା ଅନୁଯାୟୀ ତାରକାସୁରର ନାଁ ରାକ୍ଷସ ଥିଲା। ଯାହାର ମୃତ୍ୟୁ କେବଳ ଭଗବାନ ଶଙ୍କରଙ୍କ ପୁତ୍ରଙ୍କ ଦ୍ୱାରା ସମ୍ଭବ ଥିଲା। ଏହା ଜାଣିବା ପରେ ମା ପାର୍ବତୀ ପୁତ୍ର କାର୍ତ୍ତିକଙ୍କୁ ଯୁଦ୍ଧ ପାଇଁ ପ୍ରଶିକ୍ଷିତ କରିବା ସହ ସ୍କନ୍ଦ ମାତାଙ୍କ ରୂପ ଧାରଣ କରିଥିଲେ। ସ୍କନ୍ଦମାତାଙ୍କ ଠାରୁ ଯୁଦ୍ଧ ପ୍ରଶିକ୍ଷିଣ ନେବା ପରେ ଭଗବାନ ସ୍କନ୍ଦ ତାରକାସୁରର ବଧ କରିଥିଲେ।

ଦେବୀ ଦୁର୍ଗାଙ୍କ ପଞ୍ଚମ ଅବତାରକୁ ସ୍କନ୍ଦମାତା କୁହାଯାଇଥାଏ। ଭଗବାନ ସ୍କନ୍ଦ ବାଲ୍ୟ ରୂପେ ମାତା ସ୍କନ୍ଦଙ୍କ କୋଳରେ ବିରାଜିତ ହୋଇଛନ୍ତି। ମାତାଙ୍କ ଏହି ଦିନ ସାଧକଙ୍କ ମନ ବିଶୁଦ୍ଧ ଚକ୍ରରେ ଅବସ୍ଥିତ ହୋଇଥାଏ। ସ୍କନ୍ଦମାତାଙ୍କୁ ବିଦ୍ୟବାସିନୀ ମଧ୍ୟ କୁହାଯାଇଥାଏ। ଶାସ୍ତ୍ରରେ ସ୍କନ୍ଦଙ୍କୁ କୁମାର କାର୍ତ୍ତିକେୟ କୁହାଯାଇଥାଏ। ଥରେ ଇନ୍ଦ୍ର କାର୍ତ୍ତିକଙ୍କୁ ଉପହାସ କରିବା ସହ କହିଥିଲେ ତୁମେ ଭଗବାନ ଶଙ୍କର ଏବଂ ମାତା ପାର୍ବତୀଙ୍କ ସନ୍ତାନ ନୁହଁନ୍ତି। ଏହାଦ୍ୱାରା କୁମାର କାର୍ତ୍ତିକେୟ ବହୁତ ଦୁଃଖି ହୋଇଥିଲେ। ଏହାପରେ ମାତା କାର୍ତ୍ତେକେୟଙ୍କ ଦୁଃଖ ବୁଝିପାରିଥିଲେ ଏବଂ ସିଂହ ଉପରେ ବିରାଜମାନ କରି ପ୍ରକଟ ହୋଇ ନିଜ କୋଳରେ କାର୍ତ୍ତକଙ୍କୁ ଉଠାଇ ନେଇଥିଲେ।

ନବରାତ୍ରିରେ ମା’ ସ୍କନ୍ଦମାତାଙ୍କୁ ପୂଜା କଲେ ଆତ୍ମବିଶ୍ୱାସ ବୃଦ୍ଧି ହୋଇଥାଏ। ମା’ଙ୍କ ପୂଜା ଦ୍ୱାରା ଜ୍ଞାତ ଓ ଅଜ୍ଞାତ ଶତ୍ରୁ ଭୟ ଦୂର ହୋଇଥାଏ। ଏହାସହ ଜୀବନରେ ଆସୁଥିବା ସଙ୍କଟ ମଧ୍ୟ ମା’ ଦୂର କରିଥାନ୍ତି। ମା’ ସ୍କନ୍ଦମାତାଙ୍କୁ ପୂଜା କଲେ ଜ୍ଞାନ ବୃଦ୍ଧି ଘଟିଥାଏ। ବିଧି ପୂର୍ବକ ମା’ଙ୍କୁ ପୂଜା କଲେ ତ୍ୱଚା ସମ୍ବନ୍ଧୀୟ ରୋଗ ମଧ୍ୟ ଦୂର ହୋଇଥାଏ ବୋଲି କୁହାଯାଏ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର କରିବାକୁ ମା’ ସ୍କନ୍ଦମାତାଙ୍କ ପୂଜା ସହାୟକ ହୋଇଥାଏ ବୋଲି ବିଶ୍ୱାସ ରହିଛି।

ପୌରାଣିକ କଥା ଅନୁସାରେ, ମା ହିମାଳୟ ପୁତ୍ରୀ। ମା’ ମାହେଶ୍ୱରୀ ଓ ଗୌରୀ ନାମରେ ମଧ୍ୟ ନାମିତ। ସ୍କନ୍ଦମାତା ପଦ୍ମ ଫୁଲରେ ଅଭୟ ମୁଦ୍ରାରେ ବିରାଜମାନ। ମା’ଙ୍କ ରୂପ ଅତ୍ୟନ୍ତ ସୁନ୍ଦର। ତାଙ୍କ ମୁଖରେ ଏକ ଉଜ୍ଜ୍ୱଲ୍ୟ ଦେଖିବାକୁ ମିଳିଥାଏ। ସେଥିପାଇଁ ତାଙ୍କୁ ମା’ ଗୌରୀ ମଧ୍ୟ କୁହାଯାଏ।

ପୂଜା ବିଧି :

ନବରାତ୍ରି ପଞ୍ଚମୀ ତିଥିରେ ପ୍ରାତଃ କଲା ସ୍ନାନ ସାରି ସ୍ଵଛ ବସ୍ତ୍ର ଧାରଣ କରନ୍ତୁ। ଏହାପରେ ପୂଜା ଆରମ୍ଭ କରନ୍ତୁ। ମା’ଙ୍କ ପ୍ରତିମାକୁ ଗଙ୍ଗାଜଳରେ ଶୁଦ୍ଧ କରନ୍ତୁ। ମିଠା ଓ ୫ ପ୍ରକାର ଫଳ ଭୋଗ ଲଗାନ୍ତୁ। କଳସରେ ଜଳ ଭର୍ତ୍ତି କରି ସେଥିରେ କିଛି ମୁଦ୍ରା ରଖନ୍ତୁ। ଏହାପରେ ପୂଜା ସଂକଳ୍ପ ନିଅନ୍ତୁ। ମାତାଙ୍କୁ ଚନ୍ଦନ, ସିନ୍ଦୁର ଓ ଫୁଲ ଅର୍ପଣ କରନ୍ତୁ। ଏହାପରେ ମା’ଙ୍କ ଆଳତୀ କରନ୍ତୁ ଓ ମା’ଙ୍କ ମନ୍ତ୍ର ମଧ୍ୟ ଜପ କରନ୍ତୁ।

ସ୍କନ୍ଦମାତାଙ୍କ ମନ୍ତ୍ର :

ୟା ଦେବୀ ସର୍ବଭୂତେଷୁ ମା’ ସ୍କନ୍ଦମାତା ରୁପେଣ ସଂସ୍ଥିତା
ନମସ୍ତସ୍ୟେ ନମସ୍ତସ୍ୟେ ନମସ୍ତସ୍ୟେ ନମୋ ନମଃ

ମା ସ୍କନ୍ଦମାତାଙ୍କ ବିଶେଷ ପ୍ରସାଦ:

ନବରାତ୍ରିର ପଞ୍ଚମ ଦିନରେ ମାଙ୍କୁ କଦଳୀ ଭୋଗ ଲଗାନ୍ତୁ। ଏହାକୁ ପ୍ରସାଦ ଭାବେ ଗ୍ରହଣ କରନ୍ତୁ। ସନ୍ତାନ ଏବଂ ସ୍ବାସ୍ଥ୍ଯ ଜନିତ ସମସ୍ଯା ଦୂର ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.