ମହାକାଶ ଷ୍ଟେସନ୍‌ରେ ବଢ଼ୁଛି ଲଙ୍କା ଗଛ, ୨ ମାସ ପରେ ଫଳିବ କଞ୍ଚା ଲଙ୍କା

ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ୍‌ରେ ବଢୁଛି ଲଙ୍କା ଗଛ । ନାସାର ପ୍ଲାଣ୍ଟ ହାବିଟାଟ୍‌-୦୪ ପରୀକ୍ଷଣର ଅଂଶବିଶେଷ ଗୋଟିଏ ବ୍ୟାଚ୍‌ରେ ୪୮ ହାଚ୍‌ ଲଙ୍କା ମଞ୍ଜି ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ୍‌କୁ ପଠାଯାଇଥିଲା । ସ୍ପେସ୍‌ଏକ୍ସ କାର୍ଗୋ ଜାହାଜରେ ତାହା ଜୁନ୍‌ ୫ ତାରିଖରେ ବାହ୍ୟ କକ୍ଷପଥରେ ପହଞ୍ଚିଥିଲା । ପ୍ରାୟ ମାସକ ପରେ ନାଲି ଓ କଞ୍ଚା ଲଙ୍କା ଚାରା ବଢ଼ିବା ଆରମ୍ଭ କଲା । ମହାକାଶକୁ ଯାଇଥିବା ଏହି ଲଙ୍କାର ନାଁ ‘ଏସ୍‌ପାନୋଲା ଇମ୍‌ପ୍ରୁଭ୍‌ଡ ନୁମେକ୍ସ (ନ୍ୟୁ ମେକ୍ସିକୋ) ହାଚ୍‌ କଞ୍ଚା’ । ଏହାକୁ କଞ୍ଚାବେଳେ ଖିଆଯାଏ । ପାଚିଲେ ଅର୍ଥାତ ଲାଲ୍‌ ପଡ଼ିଗଲେ, ଗୁଣ୍ଡ କରି ବ୍ୟବହାର କରାଯାଏ ।

ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ୍‌ର ଅତ୍ୟନ୍ତ ନିୟନ୍ତ୍ରିତ ପରିବେଶରେ ଏହି ଲଙ୍କା ଗଛ ବଢୁଛି । ଆଉ ଦୁଇ ମାସରେ ମହାକାଶଚାରୀମାନେ କଞ୍ଚା ଓ ନାଲି ଲଙ୍କାକୁ ସେମାନଙ୍କ ଖାଦ୍ୟରେ ସାମିଲ କରିବେ । ଏହି ଲଙ୍କା ଗଛ ‘ଆଡ୍‌ଭାନ୍ସଡ ପ୍ଲାଣ୍ଟ ହାବିଟାଟ୍‌ (ଏପିଏଚ୍‌) ନାମକ ଡିଭାଇସ୍‌ରେ ବଢୁଛି । ଏପିଏଚ୍‌ ଅନ୍ୟତମ ୩ୟ ଚାରା ବୃଦ୍ଧିକାରୀ ବଖରା, ଯାହା ନାସା ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ୍‌ରେ ପ୍ରୟୋଗ କରେ । ୧୮୦ରୁ ଅଧିକ ସେନ୍ସରଯୁକ୍ତ ଏହି ଡିଭାଇସ୍‌ ଆର୍ଦ୍ରତା ସ୍ତର, ଅଙ୍ଗାରକାମ୍ଳ ସ୍ତର, ତାପମାତ୍ରା, ଆଲୋକ ଆଦିକୁ ନିୟନ୍ତ୍ରିତ କରେ, ଯାହା ଫଳରେ ଚାରାଗୁଡ଼ିକ ପୃଥିବୀର ପରିବେଶ ଭଳି ବଢ଼ିପାରିବ ।

ବର୍ତ୍ତମାନ ମହାକାଶଚାରୀ ଶେନ୍‌ କିମ୍‌ବ୍ରୋଗ୍‌ ଏହି ପରୀକ୍ଷଣର ତଦାରଖ କରୁଛନ୍ତି । ପୂର୍ବରୁ ସେ ଏଭଳି ଅନେକ ପରୀକ୍ଷଣର ଅଂଶ ରହିଛନ୍ତି । ୨୦୧୬ରେ ସେ ମହାକାଶ ଷ୍ଟେସନ୍‌ରେ ରେଡ୍‌ ରୋମେନ୍‌ ଲେଟ୍ୟୁସ୍‌ର ନମୁନା ଚାଷ କରିଥିଲେ । ସେ ମଧ୍ୟ ପ୍ଲାଣ୍ଟ ହାବିଟାଟ୍‌-୦୪ ପରୀକ୍ଷଣ ଆରମ୍ଭ କରିଥିଲେ । ତେବେ ସଦ୍ୟ ପରୀକ୍ଷଣର ଫଳ ଶେନ୍‌ ଦେଖିପାରିବେ ନାହିଁ । କାରଣ ଲଙ୍କା ଫଳିବା ବେଳକୁ ସେ ପୃଥିବୀକୁ ଫେରିଆସିଥିବେ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.