ଆଜି ନଭେମ୍ବର ୧୪ ଶିଶୁ ଦିବସ: ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ୧୩୩ ତମ ଜୟନ୍ତୀ

କେନ୍ୟୁଜ୍: ଆଜି ହେଉଛି ନଭେମ୍ବର ୧୪ ଅର୍ଥାତ ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ୧୩୩ ତମ ଜୟନ୍ତୀ। ଆଜିର ଦିନକୁ ଦେଶର କୋଣଅନୁକୋଣରେ ତଥା ପଲ୍ଲୀ ଠୁ ଦିଲ୍ଲୀ ସବୁଠି ଶିଶୁଦିବସ ରୂପେ ଆନନ୍ଦର ସହ ପାଳନ କରାଯାଉଛି । ଶିଶୁଙ୍କ ଅଧିକାର, ଦାୟିତ୍ୱ ଓ ଶିକ୍ଷା ବିଷୟରେ ସଚେତନ କରିବା ଉଦ୍ଦେଶ୍ୟରେ ସାର ଦେଶ ପାଳୁଛି ଏହି ମହାନ ଦିବସ । ଆଜିର ଶିଶୁ ଆସନ୍ତାକାଲିର ନାଗରିକ । ଦେଶ ନିର୍ମାଣରେ ଶିଶୁର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହୁଛି । ଏହି କଥାକୁ ମର୍ମେ ମର୍ମେ ହୃଦୟଙ୍ଗମ କରିଥିଲେ ନେହେରୁ । ଛୋଟ ପିଲାଙ୍କୁ ଆଦରକରୁଥିବା, ସ୍ନେହ କରୁଥିବା ମହାନ ବ୍ୟକ୍ତି ହେଉଛନ୍ତି ଚାଚା ନେହେରୁ । ଫୁଲ ଭଳି ଛୋଟ ପିଲାଙ୍କ ସ୍ନେହ କରୁଥିଲେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ନେହେରୁ । ପ୍ରତି ମୁହୁର୍ତ୍ତରେ ତାଙ୍କ କଥା ଚିନ୍ତା କରୁଥିଲେ । ଦେଶର ଗୌରବ , ଦେଶ ନିର୍ମାଣରେ ତାଙ୍କ ଭୂମିକା ଓ ଅଙ୍ଗୀକାରବଦ୍ଧତାକୁ ବୁଝିଥିଲେ ସିଏ ।

ସେ ଶିଶୁମାନଙ୍କୁ ଖୁବ୍ ଭଲ ପାଉଥିବାରୁ ତାଙ୍କ ଜନ୍ମଦିନକୁ ଦେଶବ୍ୟାପୀ ଶିଶୁ ଦିବସ ଭାବେ ପାଳନ କରାଯାଉଛି। ନେହରୁଙ୍କ ଜନ୍ମ ୧୮୮୯ ମସିହାରେ ଆଲ୍ଲାବାଦରେ ହୋଇଥିଲା । ନେହେରୁଙ୍କ ଛୋଟ ପିଲାଙ୍କ ପ୍ରତି ବହୁତ ଭଲପାଇବା, ସ୍ନେହ ଓ ଶ୍ରଦ୍ଧା ଥିଲା, ଯେଉଁଥିପାଇଁ ପ୍ରତିବର୍ଷ ନଭେମ୍ବର ୧୪ ତାରିଖକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ସେ ଦେଶର ଭବିଷ୍ୟତକୁ ଶିଶୁମାନଙ୍କ ଆଖିରେ ଦେଖୁଥିଲେ। ନେହେରୁଙ୍କୁ ସମସ୍ତେ ଶ୍ରଦ୍ଧାରେ ଚାଚା ନେହେରୁ ଓ ଚାଚାଜୀ ବୋଲି ସମ୍ବୋଧନ କରୁଥିଲେ । ନେହେରୁ ଜଣେ ଏଭଳି ମଣିଷ ଥିଲେ ତାଙ୍କୁ ସମସ୍ତେ ଭଲପାଉଥିଲେ ଆଉ ସେ ପିଲାମାନଙ୍କୁ ବହୁତ ସ୍ନେହ, ଆଦର କରୁଥିଲେ ଏବଂ ସଦଗତିରେ ଯିବା ପାଇଁ ପରାମର୍ଶ ମଧ୍ୟ ଦେଉଥିଲେ । ତେଣୁ ନେହେରୁଙ୍କ ଜନ୍ମଦିନକୁ ଶିଶୁ ଦିବସ ଭାବେ ପାଳନ କରାଯାଉଛି।

୧୯୨୫ ମସିହାରୁ ହିଁ ଶିଶୁ ଦିବସ ପାଳନ କରାଯାଉଛି କିନ୍ତୁ ୟୁଏନ ୨୦ ନଭେମ୍ବର ୧୯୫୪ ମସିହାରେ ଶିଶୁ ଦିବସ ପାଳନ କରିବା ପାଇଁ ଘୋଷଣା କରାଯାଇଥିଲା। ବିିଭିନ୍ନ ଦେଶରେ ଭିନ୍ନ ଭିନ୍ନ ତାରିଖରେ ଶିଶୁ ଦିବସ ପାଳନ କରାଯାଇଥାଏ। ଭାରତରେ ଶିଶୁ ଦିବସ ୧୯୬୪ରେ ପ୍ରଧାନମନ୍ତ୍ରୀ ଜବାହାରଲାଲ୍‌ ନେହେରୁଙ୍କ ନିଧନ ପରେ ପାଳନ କରାଯାଇଥିଲ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.