Categories: ସ୍ପେଶାଲ

ଜାଣନ୍ତୁ ଶାମ୍ବ ଦଶମୀ ପୂଜା-ବିଧିର ମହତ୍ତ୍ୱ

ଆଜି ପବିତ୍ର ଶାମ୍ବ ଦଶମୀ । ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । କୁମାର ପୂର୍ଣ୍ଣିମା ଯେପରି ଚନ୍ଦ୍ର ପୂଜାର ପର୍ବ ସେହିପରି ଶାମ୍ବ ଦଶମୀ ହେଉଛି ଚନ୍ଦ୍ର ପୂଜାର ପର୍ବ। ଏହି ପର୍ବ ବିଶେଷ ରୂପେ ଓଡିଶାର ପୂର୍ବ ଭାଗରେ ପାଳନ କରାଯାଇଥାଏ।

ପରମ୍ପରା:

ପୌରାଣିକ କଥା ଅନୁଯାୟୀ ଶ୍ରୀକୃଷ୍ଣଙ୍କ ପୁତ୍ର ଶାମ୍ବ କୁଷ୍ଠ ରୋଗରେ ପିଡୀତ ଥିଲେ। ଏହି ରୋଗରୁ ମୁକ୍ତି ପାଇବା ପାଇଁ କୋଣାର୍କ ନିକଟରେ ଥିବା ସୂର୍ଯ୍ୟ ମନ୍ଦିରରେ ଗଭୀର ତପସ୍ୟା କରିବା ପରେ ଭଗବାନ ସୂର୍ଯ୍ୟଙ୍କୁ ଖୁସି କରିବାରେ ସଫଳ ହୋଇଥିଲେ ଏବଂ ତାଙ୍କ ରୋଗ ଦୂର ହୋଇଥିଲା। ମାନ୍ୟତା ଅନୁଯାୟୀ ଯେଉଁ ଦିନଠାରୁ ଶାମ୍ବଙ୍କର କୁଷ୍ଠ ରୋଗ ଠିକ ହୋଇଥିଲା ସେହିଦିନ ଠାରୁ ଶାମ୍ବ ଦଶମୀ ନାରେ ପୂଜା ହୋଇଆସୁଛି। ବିଶେଷ ରୂପେ ଏହି ଦିନ ମା’ ମାନେ ନିଜର ପିଲାମାନଙ୍କୁ ସୁସ୍ଥ ରଖିବା ପାଇଁ ସୂର୍ଯ୍ୟ ଦେବଙ୍କୁ ପ୍ରସନ୍ନ କରିବା ପାଇଁ ବିଭିନ୍ନ ପ୍ରକାର ପୂଜା ବିଧିର ଆୟୋଜନ କରିଥାନ୍ତି।

ପୂଜା ବିଧି :

ମହିଳାମାନେ ନିଜ ସନ୍ତାନ ସନ୍ତତିଙ୍କ ମଙ୍ଗଳ କାମନା କରି ଶାମ୍ବ ଦଶମୀ ପର୍ବ ନିଷ୍ଠାର ସହ ପାଳନ କରନ୍ତି । ଏହି ପର୍ବର ବିଶେଷତ୍ୱ ହେଉଛି ସୂର୍ଯ୍ୟଙ୍କ ଆକାଶରେ ତିନି ସ୍ଥିତିକୁ ଲକ୍ଷ୍ୟ କରି ଘରେ ତିନି ପ୍ରକାର ଧୂପ ବା ପୂଜା ଅନୁଷ୍ଠିତ ହୋଇଥାଏ । ସୂର୍ଯ୍ୟୋଦୟ ସମୟରେ ପ୍ରଥମ ଧୂପ। ଏହି ଦିନ ନାରୀମାନେ ପ୍ରାତଃ ସକାଳୁ ସ୍ନାନ ସାରି ଶୁଦ୍ଧପୂତ ହୋଇ ଏହି ମୂହୁର୍ତ୍ତରେ ଫଳମୂଳ ଓ ମିଷ୍ଟାନ୍ନ ଇତ୍ୟାଦି ଭୋଗ କରିଥାନ୍ତି ।

ମଧ୍ୟାହ୍ନରେ ମଧ୍ୟାହ୍ନ ସୂର୍ଯ୍ୟ ତେଜୋଦୀପ୍ତ ଭାସ୍କରଙ୍କୁ ଦ୍ୱିତୀୟ ଧୂପ ଦିଆଯାଏ । ଏହା ଶାମ୍ବ ଦଶମୀର ମୁଖ୍ୟ ଧୂପ । ଏଥିରେ ଗଇଁଠା, ଅଟକାଳି, ବିଭିନ୍ନ ପ୍ରକାରର ପିଠା, ଖେଚୁଡ଼ି, ଘଡ଼ଘଡ଼ା ତିଅଣ ଆଦି ଭୋଗ ହୁଏ ।

ଶେଷଧୂପ ବା ତୃତୀୟ ଧୂପ ହେଉଛି ସୂର୍ଯ୍ୟ ଅସ୍ତ ସମୟ।ଏହି ଧୂପରେ ମଧ୍ୟ ଏଣ୍ଡୁରି , କାକରା, ମାଲପୁଆ, ଗଜା, ବିରି ପୁଳି ଆଦି ନୈବେଦ୍ୟ ଅର୍ପଣ କରାଯାଇଥାଏ ।

KNews Bureau

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

44 seconds ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

29 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

48 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

56 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago