ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା, ଟ୍ବିଟ କରି ନିଜେ ସୂଚନା ଦେଲେ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ  କରୋନା ।  ଆଜି ତାଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଛି ବୋଲି  ମନ୍ତ୍ରୀ ଶ୍ରୀ ବେହେରା ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି । ଟ୍ବିଟ  ଯୋଗେ ଶ୍ରୀ ବେହେରା କହିଛନ୍ତି  ବିଗତ ୭ ଦିନ ମଧ୍ୟରେ ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି, ନିଜକୁ ଆଇସୋଲେସନରେ ରଖନ୍ତୁ ।  ମୁଁ ଏବେ ହୋମ ଆଇସୋଲେସନରେ ଥାଇ ସୁସ୍ଥ ଅଛି ।ଶ୍ରୀ ବେହେରା କରୋନା ପଜିଟିଭ ଜାଣିବା ପରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ ଯୋଗେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଏହା ପୂର୍ବରୁ ରାଜ୍ୟର ପ୍ରଥମ ମନ୍ତ୍ରୀ ଭାବେ ସୁଶାନ୍ତ ସିଂ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ। ସେହିପରି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ରାଜ୍ୟ ଶିଶୁ ଓ ମହିଳା ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ଖାଦ୍ୟ ଯୋଗାଣ, ଉପଭୋକ୍ତା କଲ୍ୟାଣ ତଥା ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ସଂକ୍ରମିତ ହୋଇଥିବା ହୋଇଛନ୍ତି ।

Leave A Reply

Your email address will not be published.