ଅନୀଲ କୁମ୍ବଲେ ପୁଣି ହୋଇପାରନ୍ତି ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍, ଲକ୍ଷ୍ମଣଙ୍କ ନାମ ମଧ୍ୟ ଚର୍ଚ୍ଚାରେ

ଟିମ୍ ଇଣ୍ଡିଆର ମୁଖ୍ଯ କୋଚ ରବି ଶାସ୍ତ୍ରୀଙ୍କ କାର୍ଯ୍ଯକାଳ ନଭେମ୍ବରରେ ଶେଷ ହେବାକୁ ଯାଉଛି। ଏବେ ନୂଆ କୋଚ ରେସରେ ଶୀର୍ଷରେ ଅନୀଲ କୁମ୍ବଲେଙ୍କ ନାମ ରହିଛି। ଅନୀଲ କୁମ୍ବଲେ ପୁଣି ହୋଇପାରନ୍ତି ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍। ଟି୨୦ ବିଶ୍ୱକପ୍‌ ପରେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ଶେଷ ହୋଇଯାଉଛି। ତା’ପରେ ଅନୀଲ କୁମ୍ବଲେଙ୍କୁ ବିସିସିଆଇ ମୁଖ୍ୟ କୋଚ୍ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି।

ଖବର ମୁତାବକ, ସୌରଭ ଗାଙ୍ଗୁଲିଙ୍କ ନେତୃତ୍ୱାଧୀନ ବିସିସିଆଇ ଅନୀଲଙ୍କୁ ମୁଖ୍ୟ କୋଚ୍ ପଦବୀ ପାଇଁ ଆବେଦନ କରିବା ପାଇଁ କହିପାରେ। ୨୦୧୬-୧୭ରେ ବର୍ଷେ ପାଇଁ ସେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ଥିଲେ। ସଚିନ ତେନ୍ଦୁଲକର, ସୌରଭ ଗାଙ୍ଗୁଲି ଓ ଭିଭିଏସ୍‌ ଲକ୍ଷ୍ମଣଙ୍କୁ ନେଇ ଗଠିତ ତତ୍‌କାଳୀନ କ୍ରିକେଟ୍ ପରାମର୍ଶଦାତା କମିଟି ତାଙ୍କୁ ଏହି ନିଯୁକ୍ତି ଦେଇଥିଲା। ତେବେ ଅଧିନାୟକ ବିରାଟ କୋହଲିଙ୍କ ସହିତ ତାଙ୍କର ମତାନ୍ତର ହୋଇଥିଲା। ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ପାକିସ୍ତାନ ଠାରୁ ଦଳ ହାରିବା ପରେ ଅନୀଲ ମୁଖ୍ୟ କୋଚ୍ ପଦରୁ ଇସ୍ତଫା ଦେଇଥିଲେ।

ସେହିପରି ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ପଦବୀ ପାଇଁ ଅନୀଲ କୁମ୍ବଲେଙ୍କ ସହିତ ଭିଭିଏସ୍‌ ଲକ୍ଷ୍ମଣଙ୍କୁ ମଧ୍ୟ ଆବେଦନ କରିବାକୁ କହିପାରେ ବିସିସିଆଇ। ତେବେ ଅନୀଲ କୁମ୍ବଲେ ହିଁ ବିସିସିଆଇର ପ୍ରଥମ ପସନ୍ଦ ରହିଛନ୍ତି। ଖୁବଶୀଘ୍ର ବିସିସିଆଇ କୁମ୍ବଲେଙ୍କୁ ହେଡ କୋଚ କରିବା ନେଇ ଘୋଷଣା କରିବା ନେଇ ଚର୍ଚ୍ଚା ଜୋର ଧରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.