ବେଙ୍ଗାଲୁରୁ : ଏଠାକାର ଚିନ୍ନାସ୍ୱାମୀ ଷ୍ଟାଡିୟମ୍ରେ ଆଉ କିଛି ସମୟ ପରେ ଆରମ୍ଭ ହେବ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ ମ୍ୟାଚ୍ । ଏହି ଦିବାରାତ୍ର ମାଚ୍ରେ ଅଷ୍ଟ୍ରେଲିଆ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି । କଙ୍ଗାରୁ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି । କେନ୍ ରିଚାର୍ଡ଼ସନ୍ଙ୍କ ବଦଳରେ ଦଳକୁ ଆସିଛନ୍ତି ଜୋଶ୍ ହାଜେଲଉଡ୍ । ସେପଟେ ଭାରତୀୟ ଦଳରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ ।
ଏହି ତିନି ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ପ୍ରଥମ ମ୍ୟାଚ୍ ଅଷ୍ଟ୍ରେଲିଆ ଅତି ସହଜରେ ଜିତିଥିବା ବେଳେ ଦ୍ୱିତୀୟ ମ୍ୟାଚ୍ରେ ଭାରତ ବିଜୟୀ ହୋଇ ସମାନ ସ୍ଥିତିରେ ରହିଛି । ତେଣୁ ଆଜି ମ୍ୟାଚ୍ର ଫଳାଫଳ ସିରିଜ୍ର ଭାଗ୍ୟ ନିର୍ଣ୍ଣୟ କରିବ । ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଅନୁସାରେ ଏଠାରେ ଟସ୍ର ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିବ । କାରଣ ଏଠାକାର ପିଚ୍ ପ୍ରଥମ ଭାଗରେ ବ୍ୟାଟିଂ ପାଇଁ ସୁହାଇବ । ଦ୍ୱିତୀୟରେ ବ୍ୟାଟିଂ କରିବା କଷ୍ଟକର ହେବ । ତଥାପି ସେମାନେ ମ୍ୟାଚ୍ ଜିତିବା ପାଇଁ ପୂରା ଦମ୍ରେ ଚେଷ୍ଟା କରିବେ ବୋଲି କୋହଲି କହିଛନ୍ତି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…