ଲୋକସେବା ଭବନରେ ଥୋମାସ କପ ବିଜେତା ଖେଳାଳିଙ୍କୁ ସମ୍ବର୍ଦ୍ଧନା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ପୁରସ୍କାର ରାଶି 

ଭୁବନେଶ୍ୱର(କେ ନ୍ୟୁଜ): ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଥୋମାସ କପ ବିଜେତା ଭାରତୀୟ ଟିମକୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି । ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବରାର୍ଦ୍ଧନ ଦେବା ସହିତ ପ୍ରତ୍ୟକ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଦେଇଛନ୍ତି । କହିରଖିବା ଉଚିତ ହେବକି ଟୁର୍ଣ୍ଣାମେଣ୍ଟରେ ୧୪ ଥରର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଛି ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳ । ଉତ୍ସବରେ ବ୍ୟାଡ୍ମିଣ୍ଟନ ଗୁରୁ ଭାବେ ଜଣା ପୁଲେଲା ଗୋପୀଚନ୍ଦଙ୍କୁ ତାମ୍ର ଫଳକ ଦେବା ସହିତ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି । କହିରଖିବା ଉଚିତ ହେବକି ବିମାନ ବନ୍ଦରରେ କ୍ରୀଡା ବିଭାଗ ପକ୍ଷରୁ ସମସ୍ତ ଖେଳାଳିଙ୍କୁ ସ୍ୱାଗତ କରାଯାଇଥିଲା । ଏହା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତ୍ୟେକ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବାର କାର୍ଯ୍ୟକ୍ରମ ଥିଲା ।

ଏଥିଲାଗି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହେଉଛି । ଏଥିରେ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ତଥା ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.