ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ଉଦଯାପନୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ,କୃତି ପ୍ରତିଯୋଗୀଙ୍କୁ କଲେ ପୁରସ୍କୃତ

କଟକ ଇଣ୍ଡୋର ଷ୍ଟାଡିୟମରେ ୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ପ୍ରତିଯୋଗିତା ଉଦ୍‌ଯାପିତ । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଛନ୍ତି । ବାତ୍ୟା ଫନି ପରେ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ସଫଳ ଆୟୋଜନ ପାଇଁ କଟକବାସୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଏହି ଚାମ୍ପିଅନସିପରେ ଭାଗ ନେଇଥିଲେ ୧୨ଟି ଦେଶର ଖେଳାଳି। ଭାରତ, ଅଷ୍ଟ୍ରେଲିଆ, ବାଂଲାଦେଶ, ସାଇପ୍ରସ୍‌, ଇଂଲଣ୍ଡ, ମାଲେସିଆ, ଶ୍ରୀଲଙ୍କା, ନାଇଜେରିଆ, ସ୍କଟ୍‌ଲାଣ୍ଡ, ଦକ୍ଷିଣ ଆଫ୍ରିକା, ସିଙ୍ଗାପୁର ଏବଂ ୱେଲ୍‌ସ ଦଳ ଅଂଶଗ୍ରହଣ କରିଛନ୍ତି। ପ୍ରଥମ ୩ ଦିନ ଦଳଗତ ପ୍ରତିଯୋଗିତା ଖେଳାଯାଇଥିଲା । ଏହାପରେ ବ୍ୟକ୍ତିଗତ ଇଭେଣ୍ଟରେ ପ୍ରତିଯୋଗିତା ଆରମ୍ଭ ହୋଇଥିଲା ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.