କ୍ରୀଡା

ଦଶରଥପୁରରେ ମନ୍ମଥ ଚନ୍ଦ୍ର ଧଳ ସ୍ମାରକୀ ଭଳିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ, ପ୍ରଦର୍ଶନୀ ମ୍ୟାଚ୍‌ରେ କିଟ୍କୁ ହରାଇଲା କିସ୍‌

ଯାଜପୁର ଟାଉନ (କେନ୍ୟୁଜ୍‌) : ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ବିରିପଟା ଗାଁରେ ମନ୍ମଥ ଚନ୍ଦ୍ର ଧଳ ସ୍ମାରକୀ ଭଳିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଛି। ଏହାକୁ ସରକାରୀ ଦଳର ମୁଖ୍ୟ ସଚେତକ ତଥା ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ଉଦଘାଟନ କରିଛନ୍ତି । ରାଜ୍ୟ ଭଲିବଲ ଆସୋସିଏସନର ସମ୍ପାଦକ ତଥା କିଟ୍‌ ଓ କିସ୍‌ର କ୍ରୀଡ଼ା ନିର୍ଦ୍ଦେଶକ ଗଗନେନ୍ଦୁ ଦାଶ ମୁଖ୍ୟ ବକ୍ତାଭାବେ ଯୋଗ ଦେଇଥିଲେ । ଗ୍ରାମାଞ୍ଚଳରେ କ୍ରୀଡ଼ାର ବିକାଶ ପାଇଁ ଏଭଳି ରାଜ୍ୟସ୍ତରୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନକୁ ବେଶ ପ୍ରଶଂସା କରିଥିଲେ ।

ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କ୍ରୀଡ଼ାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ବିଷୟରେ ଅବଗତ କରିଥିଲେ। ପ୍ରଥମେ କିଟ୍‌ ଓ କିସ୍‌ ମହିଳା ଦଳ ମଧ୍ୟରେ ଏକ ପ୍ରଦର୍ଶନୀ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏଥିରେ କିସ୍‌ ଦଳ ବିଜୟୀ ହୋଇଥିଲା । ପରେ ଦିନିକିଆ ଦିବରାତ୍ର ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଛି । ଏଥିରେ ବିଭିନ୍ନ ଜିଲ୍ଲାର ୮ଟି ଦଳ ଭାଗ ନେଇଛନ୍ତି ।

Pritiparna

Recent Posts

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

2 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

9 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

17 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

19 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

27 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

52 mins ago