ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ ଏବେ କ୍ରିକେଟ୍ ପିଚ୍ ଛାଡ଼ି ରାଜନୀତି ମଇଦାନରେ ଖେଳିବେ । ରାୟୁଡୁ ଆଜି ଓ୍ଵାଇଏସ୍ଆର କଂଗ୍ରେସ ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି । ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି ।
ଚଳିତ ବର୍ଷ ଅମ୍ବାତି ରାୟୁଡୁ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗ ତରଫରୁ ଆଇପିଏଲରେ ଖେଳୁଥିଲେ । ଦଳ ଚାମ୍ପିଅନ୍ ହେବା ପରେ ସେ କ୍ରିକେଟ୍୍ର ସବୁ ଫର୍ମାଟରୁ ଅବସର ଘୋଷଣା କରିଥିଲେ । ଅବଶ୍ୟ ପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀଙ୍କୁ ଭେଟି ରାଜନୀତିକୁ ଆସିବା ନେଇ ଆଲୋଚନା କରିଥିଲେ । ଯଦି ସେ ଲୋକସଭା ନିର୍ବାଚନରେ ଲଢ଼ିବେ ତେବେ ମଛଲିପଟନମରୁ ପ୍ରାର୍ଥୀ ହୋଇ ପାରନ୍ତି ।
ଭାରତୀୟ ଦଳ ତରଫରୁ ରାୟୁଡୁ ୫୫ଟି ଦିନିକିଆ ଆନ୍ତର୍ଜାତିକ ମ୍ୟାଚ୍ ଖେଳି ୧୬୯୪ ରନ୍ ସ୍କୋର କରିଛନ୍ତି । ଏଥିରେ ୩ଟି ଶତକ ଏବଂ ୧୦ଟି ଅର୍ଦ୍ଧଶତକ ରହିଛି । ସେ ୬ଟି ଟି୨୦ ମ୍ୟାଚ୍ ମଧ୍ୟ ଖେଳିଛନ୍ତି ।
ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…