କ୍ରୀଡା

ଦୂତି ଚାନ୍ଦଙ୍କୁ ବଡ଼ ଝଟକା: ଡୋପ୍ ଟେଷ୍ଟରେ ଫେଲ୍ ପରେ ୪ ବର୍ଷ ପାଇଁ ବାସନ୍ଦ

(କେନ୍ୟୁଜ): ଦୂତି ଚାନ୍ଦଙ୍କୁ ବଡ଼ ଝଟକା । ୨୦୨୭ ଜାନୁଆରୀ ଯାଏ ଦୌଡ଼ି ପାରିବେନି ଦୂତି । ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ ଡୋପ୍ ଟେଷ୍ଟରେ ବିଫଳ ହୋଇ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି । ଚଳିତ ବର୍ଷ ଜାନୁଆରି ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଲାଗୁ ହୋଇଛି । ଏହି ତାରିଖଠୁ ବର୍ତ୍ତମାନ ସୁଦ୍ଧା ଦୂତି ଯେଉଁ ଇଭେଣ୍ଟଗୁଡ଼ିକରେ ଅଂଶଗ୍ରହଣ କରିଥିବେ, ତାହାର ପ୍ରଦର୍ଶନଗୁଡ଼ିକୁ ଅଯୋଗ୍ୟ ଘୋଷଣା କରାଯିବ ବୋଲି ଆଣ୍ଟି ଡୋପିଂ ଡିସିପ୍ଲିନାରି ପ୍ୟାନେଲ୍ ଅଧ୍ୟକ୍ଷ ଚୈତନ୍ୟ ମହାଜନ ସୂଚନା ଦେଇଛନ୍ତି। ତଥାପି ଏହି ଦଣ୍ଡ ବିରୋଧରେ ଆଣ୍ଟି ଡୋପିଂ ଅପିଲ୍ ପ୍ୟାନେଲ୍ ଆଗରେ ନିଜର ପକ୍ଷ ରଖିବାକୁ ଦୂତିକୁଂ ୨୧ ଦିନ ସମୟ ଦିଆଯାଇଛି।

ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ଜାତୀୟ ଡୋପ ନିରୋଧି ସଂସ୍ଥା ନାଡାର ଶୃଙ୍ଖଳା କମିଟି ଏଡିଡିପି ଉଭୟ ଟେଷ୍ଟ ରିପୋର୍ଟକୁ ମୂଲ୍ୟାୟନ ଓ ବିଶ୍ଳେଷଣ କରିବା ପରେ ଏହି ନିଷ୍ପତ୍ତି ଗ୍ରହଣ କରିଥିଲା । ଦୂତିକୁଂ ଗତବର୍ଷ ଡିସେମ୍ବର ୫ ଓ ୨୬ ତାରିଖରେ ନାଡାର ଡୋପ୍ ନିୟନ୍ତ୍ରକ ଅଧିକାରୀଙ୍କ ଦ୍ବାରା ଭୁବନେଶ୍ବରରେ ଦୁଇଥର ପରୀକ୍ଷା କରାଯାଇଛି। ଉଦ୍ଦେଶ୍ୟମୂଳକ ଭାବେ କୌଣସି ନିଷିଦ୍ଧ ଔଷଧ ସେବନ କରିନଥିବା ଦୂତି ଶୃଙ୍ଖଳା କମିଟି ଆଗରେ କହିଥିଲେ । ହେଲେ ତାଙ୍କ ଉତ୍ତରରେ କମିଟି ସମ୍ପୂର୍ଣ୍ଣ ସନ୍ତୋଷ ପ୍ରକାଶ କରିନଥିଲା ।

 

Barsha

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

4 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

21 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

34 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

43 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

46 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago