କ୍ରୀଡା

ଖେଲୋ ଇଣ୍ଡିଆର ପ୍ରଥମ ସଂସ୍କରଣରେ ଚାମ୍ପିଅନ ହେଲା ପଞ୍ଜାବ ବିଶ୍ୱବିଦ୍ୟାଳୟ, ଜାଣନ୍ତୁ କିଏ ଜିତିଛନ୍ତି କେତୋଟି ପଦକ

ଭୁବନେଶ୍ବର: ଉଦ୍‌ଯାପିତ ହୋଇ ଯାଇଛି ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା । ପ୍ରଥମ ସଂସ୍କରଣରେ ଚାମ୍ପିଅନ ହୋଇଛି ପଞ୍ଜାବ ବିଶ୍ୱବିଦ୍ୟାଳୟ। ୧୭ଟି ସ୍ୱର୍ଣ୍ଣ, ୧୯ଟି ରୌପ୍ୟ ଓ ୧୦ଟି ବ୍ରୋଞ୍ଜ ସହ ମୋଟ ୪୬ଟି ପଦକ ଜିତିଛି ପଞ୍ଜାବ ବିଶ୍ୱବିଦ୍ୟାଳୟ। ଦ୍ୱିତୀୟରେ ରହିଛି ମହାରାଷ୍ଟ୍ର ପୁନେର ସାବିତ୍ରୀବାଇ ଫୁଲେ ବିଶ୍ୱବିଦ୍ୟାଳୟ। ଏହି ବିଶ୍ୱବିଦ୍ୟାଳୟ ପାଇଛି ୧୭ଟି ସ୍ୱର୍ଣ୍ଣ, ୧୧ ରୌପ୍ୟ ଓ ୯ ବ୍ରୋଞ୍ଜ ପଦକ।

୧୩ଟି ସ୍ୱର୍ଣ୍ଣ ୬ଟି ରୌପ୍ୟ ୧୪ ଟି ବ୍ରୋଞ୍ଜ ସହ ତୃତୀୟରେ ରହଛି ପଟିଆଲର ପଞ୍ଜାବୀ ବିଶ୍ୱବିଦ୍ୟାଳୟ । ଓଡ଼ିଶାରୁ ବିଶ୍ୱ ବିଦ୍ୟାଳୟଗୁଡିକରେ ପ୍ରଥମ ସ୍ଥାନ ହାସଲ କରିଛି କିଟ୍‌ ବିଶ୍ୱବିଦ୍ୟାଳୟ ।

କିଟ୍‌ ବିଶ୍ୱ ବିଦ୍ୟାଳୟ ୪ଟି ସ୍ୱର୍ଣ୍ଣ , ଗୋଟିଏ ରୌପ୍ୟ ଓ ଦୁଇଟି ବ୍ରୋଞ୍ଜ ପଦକ ଜିତିଛି । ମୋଟ ୭ଟି ପଦକ ଜିତିଛି କିଟ୍‌ । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଗୋଟିଏ ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଗୋଟିଏ ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟ ଗୋଟିଏ ରୌପ୍ୟ ପଦକ ହାସଲ କରିଛି ।

ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର କ୍ରୀଡା ମନ୍ତ୍ରୀ କିରଣ ରିଜିଜୁ, ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତ ବେହେରା, ଇଣ୍ଡିଆନ୍‌ ଅଲିମ୍ପିକ ଆସୋସିଏସନ୍‌ର ସଭାପତି ନରେନ୍ଦ୍ର ବାତ୍ରା, କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ପ୍ରମୁଖ ଯୋଗ ଦେଇଥିଲେ ।

ଚାମ୍ପିଅନ ଦଳକୁ ଶୁଭେଚ୍ଛା ଜଣାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସଫଳତା ସହ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡାର ଆୟୋଜନ ପାଇଁ କିଟ୍‌କୁ ପ୍ରଶଂସା କରିଥିଲେ ନବୀନ ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ଆପଣଙ୍କ ମନୋବଳ ଦୃଢ଼ ହେବ । ଯେଉଁମାନେ ରାଜନୀତିରେ କାର୍ଯ୍ୟ କରୁଛନ୍ତି, ସେମାନଙ୍କ ପ୍ରଭାବ ଚାରିଆଡେ ବ୍ୟାପିବ।…

1 hour ago

ମା’ ଝିଅକୁ ବିଲ ମଝିରେ ହତ୍ୟା କଲା ନାବାଳକ

ଭଦ୍ରକ( କେନ୍ୟୁଜ୍‌): ବିଲ ମଝିରେ ପଡ଼ି ରହିଛି ମୃତଦେହ । ରୁଣ୍ଡ ହୋଇଛନ୍ତି ଲୋକେ । ଆଉ ସ୍ତ୍ରୀର ଶବ…

4 hours ago

ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର

ପୁରୀ(କେନ୍ୟୁଜ୍‌): ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ବିଷୟରେ…

5 hours ago

ଖୋଲିଲା ଭଦ୍ରକ ଜିଲ୍ଲା ବସ୍ ସିଣ୍ଡିକେଟ

ଭଦ୍ରକ (କେନ୍ୟୁଜ୍‌): ଦୀର୍ଘ ବର୍ଷ ପରେ ଖୋଲିଲା ଭଦ୍ରକ ଜିଲ୍ଲା ବସ ସିଣ୍ଡିକେଟ । ପ୍ରଶାସନିକ ଅଧିକାରୀ ଓ ପୋଲିସ…

5 hours ago

ନନ୍ଦନକାନନ ବୁଲି ସମସ୍ୟା ବୁଝିଲେ ନୂଆ ମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନନ୍ଦନକାନନ ବୁଲିଲେ ନୂଆ ମନ୍ତ୍ରୀ । ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ…

6 hours ago

ନବୀନ ହେଲେ ବିରୋଧୀ ଦଳ ନେତା, ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର(କେନ୍ୟୁଜ୍‌): ନବୀନ ପଟ୍ଟନାୟକ ହେଲେ ବିଧାନସଭାରେ ବିରୋଧୀ ଦଳ ନେତା । ଶଙ୍ଖ ଭବନରେ ବସିଥିବା ବିଧାୟକ ଦଳ ବୈଠକରେ…

7 hours ago