କ୍ରୀଡା

ବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ପିଲାଙ୍କୁ ମାଗଣାରେ ଶିକ୍ଷା ଦେବେ ବୀରେନ୍ଦ୍ର ସେହ୍ଵାଗ

ଓଡିଶା ବାଲେଶ୍ୱର ବାହାନଗାରେ ହୋଇଥିବା କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ସମସ୍ତଙ୍କୁ ଏକ ଶକ୍ତ ଧକ୍କା ଦେଇଛି । ଭାରତୀୟ ରେଳ ଇତିହାସରେ ସବୁଠାରୁ ବଡ ଦୁର୍ଘଟଣା ମଧ୍ୟରେ ଅନ୍ୟତମ । ଏହି ଦୁର୍ଘଟଣାରେ ୨୭୫ରୁ ଅଧିକ ଲୋକଙ୍କୁ ଜୀବନ ଚାଲିଯାଇଥିବା ବେଳେ ୧୧୦୦ରୁ ଅଧିକ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ସମସ୍ତେ ନିଜ ନିଜ ସ୍ୱଇଚ୍ଛାରେ ସହାୟତା ପାଇଁ ଆଗେଇ ଆସୁଛନ୍ତି । ଆଉ ବୀରେନ୍ଦ୍ର ସେହ୍ଵାଗ ଟ୍ରେନ ଦୁର୍ଘଟଣାରେ ପୀଡିତଙ୍କୁ ସହାୟତାର ହାତ ବଢାଇଛନ୍ତି ।

ବୀରେନ୍ଦ୍ର ସେହ୍ଵାଗ ଟ୍ଵିଟ୍‌ କରି ଦୁଃଖ ପ୍ରକାଶ କରିବା ସହିତ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପିଲାଙ୍କୁ ମାଗଣା ଶିକ୍ଷା ଦେବେ । ଟ୍ଵିଟ୍‌ କରି କହିଛନ୍ତି ‘ଏହି ଦୃଶ୍ୟ ଆମକୁ ଅନେକ ଦିନ ପର୍ଯ୍ୟନ୍ତ ବିଚଳିତ କରିବ । ଦୁଃଖ ସମୟରେ ଅତିକମରେ ମୁଁ ଏତିକି କରିପାରିବି ଯେ, ଏଭଳି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପିଲାଙ୍କ ପଢା ଖର୍ଚ୍ଚ ବହନ କରିବି । ଏହିସବୁ ପିଲାମାନେ ସେହ୍ଵାଗ ଇଣ୍ଟରନ୍ୟାସନାଲ ସ୍କୁଲରେ ମାଗଣା ଶିକ୍ଷା ଦିଆଯିବ ।

ଏହାଛଡା ସେହ୍ଵାଗ ଦୁର୍ଘଟଣାରେ ଉଦ୍ଧାର କରିଥିବା ଲୋକଙ୍କ ଠାରୁ ଆରମ୍ଭ କରି ମେଡିକାଲ ପର୍ଯ୍ୟନ୍ତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ଏହି ଘଟଣା ସମସ୍ତଙ୍କ ମାନସିକ ସ୍ଥିତି ବିଗାଡିଦେଇଛି ।

ପୂର୍ବରୁ ଏହି ଦୁର୍ଘଟଣା ବିଷୟରେ ଟ୍ଵିଟ୍‌ କରି ଦୁଃଖ ପ୍ରକାଶ କରିଥିଲେ ସେହ୍ଵାଗ । କେବଳ ସେହ୍ଵାଗ ନୁହେଁ ବିରାଟ କୋହଲି, ଇରଫାନ ପଠାନ, ଗୌତମ ଗମ୍ଭୀର ପ୍ରମୁଖ ଟ୍ଵିଟ୍‌ କରି ଦୁଃଖ ପ୍ରକାଶ କରିଥିଲେ ।

ସୂଚନାଯୋଗ୍ୟ, ଓଡିଶାର ବାହାନଗା ଷ୍ଟେସନରେ ହୋଇଥିବା କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ୨୭୫ ଜଣଙ୍କ ପ୍ରାଣ ଚାଲିଯାଇଥିବା ବେଳେ ୧୧୦୦ରୁ ଅଧିକ ଆହତ ହୋଇଛନ୍ତି । ଅନେକ ଧନଜୀବନ ନଷ୍ଟ ହୋଇଛି । ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ରେଳ ମନ୍ତ୍ରୀ ସମସ୍ତେ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସବୁକିଛି କାମ ହେଉଛି । କେନ୍ଦ୍ର ସରକାର ହୁଅନ୍ତୁ ଅବା ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ ପ୍ରକାରର ପଦକ୍ଷେପ ନିଆଯାଇଛି । କିଭଳି ଲୋକଙ୍କୁ ସମସ୍ତ ପ୍ରକାରର ସୁବିଧା ଯୋଗାଇ ହେବ ତାହା ମଧ୍ୟ ଚେଷ୍ଟା କରାଯାଉଛି ।

Swagatika

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

5 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

14 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

49 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

56 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago