Below header

ହକି ବିଶ୍ବକପ୍‌: କାଲିଠାରୁ ଅଫ୍‌ଲାଇନ୍‌ରେ ଟିକେଟ୍‌ ବିକ୍ରି, କଳିଙ୍ଗ ଷ୍ଟାଡିୟମର ୮ ଓ ବିର୍ସା ମୁଣ୍ଡା ଷ୍ଟାଡିୟମର ୬ ନଂ ଗେଟ୍‌ରେ କାଉଣ୍ଟର ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲି ଠାରୁ ହକି ବିଶ୍ବକପ୍‌ ମ୍ୟାଚ୍‌ର ଅଫ୍‌ଲାଇନ୍ ଟିକେଟ ବିକ୍ରି ଆରମ୍ଭ ହେବ। ଭୁବନେଶ୍ବରସ୍ଥିତ କଳିଙ୍ଗ ଷ୍ଟାଡୟମର ୮ ନମ୍ବର ଗେଟରେ ହକି ଟିକଟେ୍‌ ମିଳିବ। ସେହିପରି ବିର୍ସା ମୁଣ୍ଡା ଷ୍ଟାଡିୟମ୍‌ର ୬ ନମ୍ବର ଗେଟରେ ଦର୍ଶକମାନେ ନିଜର ଟିକେଟ ପାଇପାରିବେ।

କଳିଙ୍ଗ ଷ୍ଟାଡିୟମ୍‌ରେ ୱେଷ୍ଟ ଷ୍ଟାଣ୍ଡ ପାଇଁ ଟିକେଟ୍‌ର ମୂଲ୍ୟ ୫୦୦ ଟଙ୍କା ରଖାଯାଇଛି। ସେହିଭଳି ଇଷ୍ଟ ଷ୍ଟାଣ୍ଡ ପାଇଁ ୪୦୦ ଓ ନର୍ଥ ଏବଂ ସାଉଥ୍ ଷ୍ଟାଣ୍ଡ ପାଇଁ ୨୦୦ ଟଙ୍କା ଲେଖାଏଁ ଧାର୍ଯ୍ୟ କରାଯାଇଛି। ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମ୍ ପାଇଁ ୱେଷ୍ଟ ଷ୍ଟାଣ୍ଡ ପାଇଁ ୫୦୦, ଇଷ୍ଟ ଷ୍ଟାଣ୍ଡ ପାଇଁ ୨୦୦ ଆଉ ନର୍ଥ ଏବଂ ସାଉଥ୍ ଷ୍ଟାଣ୍ଡ ପାଇଁ ୧୦୦ ଟଙ୍କା ଧାର୍ଯ୍ୟ କରାଯାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.