ଦିନିକିଆ ବିଶ୍ବକପ ୨୦୨୩ ପାଇଁ ସୂଚୀ ଘୋଷଣା କଲା ଆଇସିସି, ୮ ତାରିଖରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ମ୍ୟାଚ୍ ଖେଳିବ ଭାରତ

ଆଇସିସି ଘୋଷଣା କଲା ଦିନିକିଆ ବିଶ୍ବକପ୍‌ ୨୦୨୩ ସୂଚୀ । ଅକ୍ଟୋବର ୫ରୁ ଆରମ୍ଭ ହେବାକୁ ଥିବା ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ । ଜାଣନ୍ତୁ ଟିମ୍‌ ଇଣ୍ଡିଆର କେଉଁ ଦିନ କାହା ସହିତ ରହିଛି ମ୍ୟାଚ୍‌ ।

ଦିନିକିଆ ବିଶ୍ୱକପ ୨୦୨୩ ପାଇଁ ସୂଚୀ ଘୋଷଣା କରିଛି ଆଇସିସି । କେଉଁ ମ୍ୟାଚ୍‌ କାହା ସହିତ କେଉଁ ଦିନ କେଉଁଠି ଖେଳାଯିବ ତାହାର ସଂପୂର୍ଣ୍ଣ ଲିଷ୍ଟ ସାମ୍ନାକୁ ଆସିଛି ।  ଅକ୍ଟୋବର ୫ ତାରିଖରୁ ଆଇସିସି ବିଶ୍ବକପ ୨୦୨୩ର ଆରମ୍ଭ ହେବ । ଏହି ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ । ଦୁନିଆର ସବୁଠୁ ବଡ କ୍ରିକେଟ ଷ୍ଟାଡିୟମ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ଅନୁଷ୍ଠିତ ହେବ । ଅକ୍ଟୋବର ୫ରୁ ଆରମ୍ଭ ହୋଇ ଫାଇନାଲ ମ୍ୟାଚ ୧୯ ନଭେମ୍ବରରେ ଖେଳାଯିବ ।

ବିଶ୍ବକପ ୨୦୨୩ରେ ଟିମ୍‌ ଇଣ୍ଡିଆର ସୂଚୀ :

୮ ଅକ୍ଟୋବର : ଭାରତ ବନାମ ଅଷ୍ଟ୍ରେଲିଆ(ଚେନ୍ନାଇ)

୧୧ ଅକ୍ଟୋବର : ଭାରତ ବନାମ ଆଫଗାନିସ୍ତାନ ( ଦିଲ୍ଲୀ)

୧୫ ଅକ୍ଟୋବର : ଭାରତ ବନାମ ପାକିସ୍ତାନ (ଅହମଦାବାଦ)

୧୯ ଅକ୍ଟୋବର : ଭାରତ ବନାମ ବାଂଲାଦେଶ ( ପୁନେ)

୨୨ ଅକ୍ଟୋବର : ଭାରତ ବନାମ ନ୍ୟୁଜିଲାଣ୍ଡ ( ଧର୍ମଶାଳା)

୨୯ ଅକ୍ଟୋବର : ଭାରତ ବନାମ ଇଂଲଣ୍ଡ (ଲକ୍ଷ୍ନୌ)

୨ ନଭେମ୍ବର : ଭାରତ ବମାନ କ୍ବାଲିଫାୟର (ମୁମ୍ବାଇ)

୫ ନଭେମ୍ବର : ଭାରତ ବନାମ ଦକ୍ଷିଣ ଆଫ୍ରିକା (କୋଲକତା)

୧୧ ନଭେମ୍ବର : ଭାରତ ବନାମ କ୍ବାଲିଫାୟର ଟିମ୍‌ (ବେଙ୍ଗାଲୁରୁ)

Leave A Reply

Your email address will not be published.