କ୍ରୀଡା

ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ୨୦୨୪ ଟ୍ରଫି ଉନ୍ମୋଚିତ, ନ୍ୟୁୟର୍କର ଏମ୍ପାୟର ଷ୍ଟେଟ ବିଲିଡିଂରେ ହେଲା ଲଞ୍ଚ

ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ଟ୍ରଫିକୁ ଉନ୍ମୋଚନ କରିଛନ୍ତି କ୍ରିସ ଗିଲ୍‌ ଏବଂ ୟୁଏସଏ ବୋଲର ଅଲ୍ଲୀ ଖାନ । ନ୍ୟୁୟର୍କର ଏମ୍ପାୟର ଷ୍ଟେଟ ବିଲିଡିଂରେ ଟ୍ରଫିକୁ ଲଞ୍ଚ କରାଯାଇଛି । ପୁରୁଷ ଟି-୨୦ ବିଶ୍ୱକପ ଜୁନ୍‌ ୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୟୁଏସଏ ଏବଂ ୱେଷ୍ଟଇଣ୍ଡିଜ ଆୟୋଜନ କରୁଛି ।

ଆଇସିସି ୨୦୨୪ରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପକୁ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛି । ଆସନ୍ତା ଜୁନରେ ଖେଳାଯିବାକୁ ଥିବା ଏହି ମ୍ୟାଚରେ ୨୦ଟିମ୍‌ ଭାଗ ନେଉଛି । ଆଉ ଏହା ମଧ୍ୟରେ ବିଶ୍ୱକପର ନୂଆ ସ୍ଥାନ ଘୋଷଣା କରିଛି ଆଇସିସି । ଟି-୨୦ର ସମସ୍ତ ମ୍ୟାଚ୍‌ ୱେଷ୍ଟଇଣ୍ଡିଜ୍ ଏବଂ ଆମେରିକାର ୧୦ଟି ଗ୍ରାଉଣ୍ଡରେ ଖେଳାଯାଇପାରେ ।  ଆମେରିକାର ଫ୍ଲୋରିଡା, ମୋରିସଭିଲେ, ଡଲାସ୍ ଓ ନ୍ୟୁୟର୍କକୁ ଏହି ଟୁର୍ଣ୍ଣାମେଣ୍ଟ ପାଇଁ ତାଲିକାଭୁକ୍ତ କରାଯାଇଛି ।

ଆଇସିସି ରିପୋର୍ଟ ଅନୁଯାୟୀ, ଆସନ୍ତାବର୍ଷ ଅନୁଷ୍ଠିତ ହେବ ଟି-୨୦ ବିଶ୍ୱକପ ୨୦୨୪ । ଆମେରିକାର ୩ଟି ସ୍ଥାନକୁ ଟି-୨୦ ବିଶ୍ୱକପ ଆୟୋଜନର ଦାୟିତ୍ୱ ମିଳିଛି । ଆମେରିକାର ବ୍ରୋବାର୍ଡ କାଉଣ୍ଟି(ଫ୍ଲୋରିଡା), ଗ୍ରାଣ୍ଡ ପ୍ରେରୀ(ଡେଲାସ) ଏବଂ ଆଇସେନହାୱର ପାର୍କ(ନ୍ୟୁୟର୍କ)ଠାରେ ଟି-୨୦ ବିଶ୍ବକପ-୨୦୨୪ ଅନୁଷ୍ଠିତ ହେବ । ତେବେ ଏହି ବିଶ୍ୱକପ ସହିତ ପ୍ରଥମ ଥର ପାଇଁ ଆମେରିକାକୁ କୌଣସି ଆଇସିସି ଇଭେଣ୍ଟର ଆୟୋଜନ କରିବାର ସୁଯୋଗ ମିଳିଛି । ତେବେ ଆମେରିକା ସହ ୱେଷ୍ଟଇଣ୍ଡିଜ ମଧ୍ୟ ବିଶ୍ୱକପ ଟୁର୍ଣ୍ଣାମେଣ୍ଟର ସହ ଆୟୋଜକ ରହିଛି । ଆଇସିସି କହିଛି, “ଆମେରିକାର ତିନିଟି ସ୍ଥାନ ଘୋଷଣା କରି ଆମେ ଆନନ୍ଦିତ । ଏଠାରେ ସର୍ବବୃହତ ଆଇସିସି ପୁରୁଷ ଟି -୨୦ ବିଶ୍ୱକପ ଆୟୋଜନ ହେବ ଏବଂ ୨୦ ଟି ଦଳ ଟ୍ରଫି ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବେ ।

ଟି୨୦ ବିଶ୍ୱକପ ପାଇଁ ଖେଳିବାକୁ ଥିବା ୨୦ ଟିମ୍‌କୁ ୫-୫ କରି ୪ଟି ଗ୍ରୁପରେ ବଣ୍ଟାଯାଇଛି । ଏହାପରେ ଟପ୍‌-୨ ରେ ରହୁଥିବା ପ୍ରତ୍ୟେକ ଗ୍ରୁପର ଟିମ୍‌ ସୁପର-୮ ପାଇଁ କ୍ୱାଲିଫାଏ କରିବା, ସେମାନଙ୍କୁ ୪-୪ କରି ୨ଟି ଗ୍ରୁପରେ ବଣ୍ଟାଯିବ । ସେହିପରି ଟପ୍‌-୨ରେ ରହିବା ଟିମକୁ ନିଜ ନିଜ ଗ୍ରୁପରେ ସେମିଫାଇନାଲ ଖେଳିବାକୁ ହେବ ।

 

Swagatika

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

2 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

2 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

2 hours ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

3 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

3 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

3 hours ago