ମେଲବର୍ଣ୍ଣ : ଭାରତର ଲଗାତର ୭ଟି ଟି-୨୦ ସିରିଜ୍ ଜିତିବାର ସ୍ୱପ୍ନ ପୂରଣ ହୋଇ ପାରିଲାନି । କାରଣ ଏଠାରେ ଆଜି ଖେଳା ଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍ ବର୍ଷା ଯୋଗୁଁ ବାତିଲ ହୋଇଯାଇଛି । ପ୍ରଥମ ମ୍ୟାଚ୍ରେ ଅଷ୍ଟ୍ରେଲିଆ ୪ ରନ୍ରେ ଜିତିଥିଲା । ତୃତୀୟ ତଥା ଶେଷ ମ୍ୟାଚ୍ ୨୫ ତାରିଖ ଦିନ ସିଡନୀରେ ଖେଳାଯିବ ।
ଆଜି ଭାରତ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା । ୧୯ ଓଭର ସୁଦ୍ଧା ଅଷ୍ଟ୍ରେଲିଆ ୭ ଓ୍ଵିକେଟ୍ ହରାଇ ୧୩୨ ରନ୍ କରିଥିବା ବେଳେ ବର୍ଷା ଯୋଗୁଁ ଆଉ ଖେଳ ସମ୍ଭବ ହେଲା ନାହିଁ । ତେଣୁ ମ୍ୟାଚ୍କୁ ନୋରେଜଲ୍ଟ ଘୋଷଣା କରାଯାଇଥିଲା । ଘରୋଇ ଦଳର ବେନ୍ ମାକଡର୍ମଟ୍ ସର୍ବାଧିକ ଅପରାଜିତ ୩୨ ରନ୍ କରିଥିଲେ । ଭାରତୀୟ ଦଳର ଦୁଇ ପେସ୍ ବୋଲର ଭୁବନେଶ୍ୱର କୁମାର ଓ ଖଲିଲ ଅହମଦ ୨ଟି ଲେଖାଏଁ ଓ୍ଵିକେଟ୍ ଦଖଲ କରିଥିଲେ ।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…