ଟି-୨୦ ବିଶ୍ୱକପ ୨୦୨୨: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ, ସେମିଫାଇନାଲରେ ଇଂଲଣ୍ଡକୁ ୧୬୯ ରନ୍‌ର ଟାର୍ଗେଟ୍‌

ଅଷ୍ଟ୍ରେଲିଆର ଏଡିଲେଡ ଓଭାଲ ଗ୍ରାଉଣ୍ଡରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୨ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ଖେଳାଯାଉଛି। ଇଂଲଣ୍ଡ ଅଧିନାୟକ ଜୋସ୍ ବଟଲର୍ ଟସ୍ ଜିତି ଭାରତକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚ୍‌ରେ ବହୁତ ଭଲ ବ୍ୟାଟିଂ କରିଛନ୍ତି। ସେ ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ କରିଛନ୍ତି।

ଟି-୨୦ ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲରେ ଟିମ୍‌ ଇଣ୍ଡିଆ ଇଂଲଣ୍ଡ ସାମ୍ନାରେ ୧୬୯ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି। ହାର୍ଦ୍ଦିକ ପାଣ୍ଡ୍ୟା (୬୩) ଓ ବିରାଟ କୋହଲି (୫୦)ଙ୍କ ଜବରଦସ୍ତ ଇଂନିସ୍‌ ସହାୟତାରେ ଟିମ୍‌ ନିର୍ଦ୍ଧାରିତ ୨୦ ଓଭରରେ ୬ ଓ୍ଵିକେଟ୍‌ ହରାଇ ୧୬୮ ରନ୍‌ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.