କ୍ରୀଡା

ଭାରତ ବନାମ ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟେଷ୍ଟ: ଆଜି ସନ୍ଧ୍ୟା ୭.୩୦ରୁ ମ୍ୟାଚ୍‌ ଆରମ୍ଭ, ଟିମରେ ହେବନି କୌଣସି ପରିବର୍ତ୍ତନ

ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଆଜିଠାରୁ ଖେଳାଯିବ । ଏହି ମ୍ୟାଚ୍‌ କୁଇନ୍ସ ପାର୍କ ଓଭାଲ ତ୍ରିନିଦାଦାରେ ହେବ । ଭାରତୀୟ ସମୟାନୁସାରେ ସନ୍ଧ୍ୟା ୭.୩୦ରୁ ମ୍ୟାଚ୍‌ ଆରମ୍ଭ ହେବ । ଏହାପୂର୍ବରୁ ଡୋମିନିକାରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚକୁ ପ୍ରଥମ ପାଳି ଏବଂ ୧୪୧ ରନରେ ଜିତିଛି ଭାରତ ।

ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଟିମରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଅଧିନାୟକ ରୋହିତ ଶର୍ମା କହିଛନ୍ତି । ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଏପର୍ଯ୍ୟନ୍ତ ୯୯ ଟେଷ୍ଟ ମ୍ୟାଚ୍‌ ଖେଳାସରିଛି । ଏଥିମଧ୍ୟରୁ ୱେଷ୍ଟଇଣ୍ଡିଜ ୩୦ଟି ଏବଂ ଭାରତ ୨୩ଟି ମ୍ୟାଚ୍‌ ଜିତିଛି । ୪୬ଟି ମ୍ୟାଚ୍‌ ଡ୍ର ରହିଛି ।

ଭାରତୀୟ ଟିମ୍‌ : ରୋହିତ ଶର୍ମା(ଅଧିନାୟକ), ଯଶସ୍ୱୀ ଜୟସଓ୍ଵାଲ, ଶୁବମନ ଗିଲ୍‌, ଋତୁରାଜ ଗାୟକଓ୍ଵାଡ, କେଏସ ଭରତ, ଅକ୍ଷର ପଟେଲ, ବିରାଟ କୋହଲି, ଅଜିଙ୍କ୍ୟ ରାହାଣେ, ରବୀନ୍ଦ୍ର ଜାଡେଜା, ଈଶାନ କିଶନ(ଓ୍ଵିକେଟ କିପର), ରବିଚନ୍ଦ୍ରନ ଅଶ୍ୱିନ, ଶାର୍ଦ୍ଦୁଳ ଠାକୁର, ଜୟଦେବ ଉନ୍ମାଦକତ, ମହମ୍ମଦ ସିରାଜ, ନବଦୀପ ସଇନି, ମୁକେଶ କୁମାର ।

Swagatika

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

21 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

29 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

44 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

50 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago