Categories: କ୍ରୀଡା

ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-ଟ୍ବେଣ୍ଟି ରେ ଭାରତ ବିଜୟୀ

କୋଲକାତା(କେନ୍ଯୁଜ୍): କୋଲକାତାରେ କମାଲ୍‌ କଲେ କୁଳଦୀପ-କାର୍ତ୍ତିକ । ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-ଟ୍ବେଣ୍ଟିରେ ବିଜୟୀ ହୋଇଛି ଟିମ୍‌ ଇଣ୍ଡିଆ । ୫ ଓ୍ଵିକଟରେ ଭ୍ରମଣକାରୀ ଦଳକୁ ପରାସ୍ତ କରିଛି ଭାରତ । ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିଲା ୱେଷ୍ଟଇଣ୍ଡିଜ । ନିର୍ଦ୍ଧାରିତ ଓଭରରେ ୮ ଓ୍ଵିକେଟ ହରାଇ ୧୦୯ ରନ୍‌ କରିଥିଲା । ଓ୍ଵିକେଟ ହରାଇବାରୁ ବଡ଼ ସ୍କୋର କରି ପାରି ନଥିଲା କାରାବେୟାନ୍‌ ଦଳ । କୁଳଦୀପ ଯାଦବ ସର୍ବାଧିକ ୩ଟି ଓ୍ଵିକେଟ ନେଇଥିଲେ । ୧୧୦ ରନ୍‌ ବିଜୟ ଲକ୍ଷ୍ୟକୁ ୧୭ ଓଭର୍‌ ୫ଟି ବଲରେ ୫ ଓ୍ଵିକେଟ୍‌ ବାକି ଥାଇ ହାସଲ କରି ନେଇଥିଲା ଭାରତ । ମାତ୍ର ୧୭ ରନ୍‌ରେ ଦୁଇ ଓପନର ରୋହିତ ଶର୍ମା ଓ ଶିଖର ଧଓ୍ଵନ ପାଭିଲନ୍‌ ଫେରିଥିଲେ । ତେବେ ଦୀନେଶ କାର୍ତ୍ତିକ ଓ କୁନାଲ୍‌ ପାଣ୍ଡ୍ୟା ଅପରାଜିତ ରହି ଦଳକୁ ବିଜୟୀ କରାଇଥିଲେ । ଦୀନେଶ କାର୍ତ୍ତିକ ୩୧ ରନ୍‌ ଓ କୁନାଲ ପାଣ୍ଡ୍ୟା ୨୧ ରନ୍‌ କରିଥିଲେ । ଏହି ବିଜୟ ସହ ଭାରତ ତିନି ମ୍ୟାଚ୍‌ ବିଶିଷ୍ଟ ଟି-ଟେ୍ଵଣ୍ଟି ସିରିଜରେ ୧-୦ରେ ଆଗୁଆ ରହିଛି । ଆସନ୍ତାକାଲି ଲକ୍ଷ୍ନୌରେ ଖେଳାଯିବ ଦ୍ୱିତୀୟ ଟ୍ବେଣ୍ଟି ଟ୍ବେଣ୍ଟି।

 

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

7 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago