ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ T20 ଜିତି ସିରିଜି ଅମୀମାଂସିତ ରଖିଲା ଭାରତ । ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଶତକ ଏବଂ ବାମହାତୀ ସ୍ପିନର କୁଲଦୀପ ଯାଦବଙ୍କ ୫ ୱିକେଟ୍ ସଫଳତା ବଳରେ ଭାରତ ତୃତୀୟ T20କୁ ୧୦୬ ରନରେ ଜିତି ନେଇଛି। ୨୦୨ ରନର ବିଜୟ ଲକ୍ଷ୍ୟ ପିଛା କରୁଥିବା ଘରୋଇ ଦଳ ୧୩.୫ ଓଭରରେ ୯୫ ରନରେ ଅଲ୍ଆଉଟ୍ ହୋଇଯାଇଥିଲା। ୧୪ତମ ଓଭରରେ ୫ ବଲ୍ ଭିତରେ ୩ ୱିକେଟ୍ ନେଇ କୁଲଦୀପ ୫ ୱିକେଟ୍ ସଫଳତା ସହ ମ୍ୟାଚ୍ କବଜା କରିନେଇଥିଲେ ।ପ୍ରଥମ ମ୍ୟାଚ ବର୍ଷା ଧୋଇ ନେଇଥିଲା ବେଳେ ଦ୍ବିତୀୟ ମ୍ୟାଚକୁ ଘରୋଇ ଦଳ ଜିତିଥିଲା। ଗୁରୁବାର ତୃତୀୟ ମ୍ୟାଚକୁ ଭାରତ ଜିତି ଶୃଙ୍ଖଳାକୁ ୧-୧ରେ ଶେଷ କରିଛି। ରବିବାରଠୁ ଏହି ଦୁଇ ଟିମ୍ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳା ଖେଳିବେ।
ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…
ଭୁବନେଶ୍ଵର(କେନ୍ୟୁଜ୍): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…
ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…
ଗଞ୍ଜାମ(କେନ୍ୟୁଜ୍): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…
ଭୁବନେଶ୍ୱର(କେନ୍ୟୁଜ୍): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…
ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…