Categories: କ୍ରୀଡା

ବୋଲର୍‌ଙ୍କ କମାଲ, ଇଂଲଣ୍ଡ ବିପକ୍ଷରେ ପ୍ରଥମ ଦିନିକିଆ ଜିତିଲା ଭାରତୀୟ ମହିଳା ଦଳ

ମୁମ୍ବାଇ : ଆଜି ଖେଳା ଯାଇଥିବା ପ୍ରଥମ ଦିନିକିଆରେ ବୋଲରଙ୍କ କମାଲ୍‌ ଯୋଗୁଁ ଭାରତୀୟ ମହିଳା ଦଳ ଇଂଲଣ୍ଡକୁ ୬୬ ରନ୍‌ରେ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଭାରତ ୪୯.୪ ଓଭରରେ ସମସ୍ତ ଓ୍ଵିକେଟ୍‌ ହରାଇ ୨୦୨ ରନ୍‌ କରିଥିଲା । ଜବାବରେ ଇଂଲଣ୍ଡ ଦଳ ମାତ୍ର ୧୩୬ ରନ୍‌ କରି ୪୧ ଓଭରରେ ଅଲ୍‌ଆଉଟ୍‌ ହୋଇଯାଇଥିଲା । ଭାରତ ପକ୍ଷରୁ ସ୍ପିନର୍‌ ଏକତା ବିସ୍ତ ୨୫ ରନ୍‌ ଦେଇ ସର୍ବାଧିକ ୪ଟି ଓ୍ଵିକେଟ୍‌ ଦଖଲ କରିଛନ୍ତି । ଶିଖା ପାଣ୍ଡେ ଓ ଦୀପ୍ତି ଶର୍ମା ୨ଟି ଲେଖାଏଁ ଓ୍ଵିକେଟ୍‌ ଦଖଲ କରିଛନ୍ତି ।
ଇଂଲଣ୍ଡ ତରଫରୁ ସ୍କିଭର ସର୍ବାଧିକ ୪୪ ଏବଂ ନାଇଟ୍‌ ଅପରାଜିତ ୩୯ ରନ୍‌ ସ୍କୋର କରିଥିଲେ । ସେପଟେ ଭାରତ ପକ୍ଷରୁ ଓପ୍ନର ଜେମିମା ରଡ୍ରିଗୁଏଜ୍‌ ୪୮, ଅଧିନାୟିକା ମିତାଲି ରାଜ ୪୪, ଝୁଲଣ ଗୋସ୍ୱାମୀ ୩୦ ରନ୍‌ କରିଥିଲେ ।
ଏହି ମ୍ୟାଚ୍‌ ଜିତି ଘରୋଇ ଭାରତୀୟ ଦଳ ୩ ମ୍ୟାଚ୍‌ ସିରିଜ୍‌ରେ ୧-୦ରେ ଆଗୁଆ ରହିଛି ।

ସ୍କୋର : ଭାରତ-୨୦୨/୧୦, ୪୯.୪ ଓଭର । ଇଂଲଣ୍ଡ-୧୩୬/୧୦, ୪୧ ଓଭର ।

ଏକତା ବିସ୍ତ : ୪/୨୫

 

 

KNews Bureau

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

5 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

14 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

23 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

39 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

54 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago