କ୍ରୀଡା

କନ୍ଧମାଳ ସାଂସଦ ଓ କିଟ୍‌-କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଭେଟିଲେ ବିହାରର ୭ ଜଣ ଖେଳାଳି, ଜଣାଇଲେ କୃତଜ୍ଞତା

ରାଞ୍ଚିଠାରେ ଅନୁଷ୍ଠିତ ହୋଇଥିବା ବିହାର ସ୍ପୋଟ୍ସ କନ୍କ୍ଲେଭ୍‌ ଅବସରରେ ଭାରତୀୟ ଭଲିବଲ୍‌ ସଂଘର ସଭାପତି ତଥା କନ୍ଧମାଳ ସାଂସଦ ଓ କିଟ୍‌-କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବିହାରର ଖେଳାଳିଙ୍କୁ ଅଭ୍ୟାସ ପାଇଁ କିଟ୍‌ ଭିତ୍ତିଭୂମି ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏହି ପ୍ରତିଶ୍ରୁତି ଅନୁସାରେ ବିହାରର ୭ ଜଣ ଖେଳାଳି କିଟ୍‌ରେ ରହିବା ସହ ଏଠାରେ ଜୁଡ଼ୋ, ବକ୍ସିଂ, ଦୌଡ଼କୁଦ ଆଦି କ୍ରୀଡ଼ାଭ୍ୟାସ କରିଥିଲେ ।

ଏହି ଖେଳାଳିମାନେ ହରିୟାଣାର ପଞ୍ଚକୁଲାଠାରେ ଜୁନ୍‌ ୪ରୁ ୧୩ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା “ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା” ପ୍ରତିଯୋଗିତାରେ ନିଜ ନିଜ ବିଭାଗରେ ଅଂଶଗ୍ରହଣ କରିବେ । ଆଜି ସମସ୍ତ ଖେଳାଳି ଡ. ଅଚ୍ୟୁତ ସାମନ୍ତଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହା ସହ ଆବଶ୍ୟକ ସହଯୋଗ ଯୋଗାଇ ଦେଇଥିବାରୁ ଡ. ଅଚ୍ୟୁତ ସାମନ୍ତ ଓ କିଟ୍‌ ଓ କିସ୍‌ କର୍ତ୍ତୃପକ୍ଷଙ୍କୁ କୃତଜ୍ଞତା ଜଣାଇଥିଲେ ।

KNews Bureau

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

13 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

28 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

38 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

49 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 hours ago