ବାଂଲାଦେଶ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ଦଳରୁ ବାଦ୍‌ ପଡିଲେ ମହମ୍ମଦ ସାମି

ବାଂଲାଦେଶ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ଲାଗିଛି ବଡ଼ ଝଟକା । ଦଳରୁ ବାଦ୍ ପଡ଼ିଲେ ମହମ୍ମଦ ସାମି । ଆହତ ଯୋଗୁ ଦିନିକିଆ ଓ ଟେଷ୍ଟ ସିରିଜ୍ରୁ ବାହାରିଯାଇଛନ୍ତି ସାମି । ହାତରେ ଆଘାତ ଲାଗିଥିବାରୁ ମ୍ୟାଚ୍ ଖେଳିବା ସମ୍ଭାବନା କମ୍ ରହିଛି । ତାଙ୍କ ସ୍ଥାନରେ ଉମ୍ରାନ୍ ମଲ୍ଲିକ୍କୁ ସୁଯୋଗ ମିଳିଛି ।

ଆସନ୍ତା ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଯାଉଛି ବାଂଲାଦେଶ-ଭାରତ ଦିନିକିଆ ସିରିଜ୍ । ଏଠାରେ ଭାରତ ୩ଟି ଦିନିକିଆ ଏବଂ ୨ଟି ଟେଷ୍ଟ ମ୍ୟାଚ୍ ଖେଳିବ । ହେଲେ ଏହା ପୂର୍ବରୁ ଭାରତୀୟ ଦଳ ପାଇଁ ସମସ୍ୟା ବଢିଛି । ଆହତଜନିତ ସମସ୍ୟା ପାଇଁ ଟିମ୍ରୁ ବାହାର ହୋଇଯାଇଛନ୍ତି ଦ୍ରୁତ ବୋଲର ମହମ୍ମଦ ସାମି । ଉଭୟ ଟେଷ୍ଟ ଏବଂ ଦିନିକିଆରୁ ବାଦ୍‌ ପଡିଛନ୍ତି । ସେପଟେ ସାମିଙ୍କ ସ୍ଥାନରେ ଦ୍ରୁତ ବୋଲର ଉମ୍ରାନ ମଲ୍ଲିକକୁ ସୁଯୋଗ ଦେଇଛି ବିସିସିଆଇ ।

ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ବକପ ପରେ ଟ୍ରେନିଂ ସମୟରେ ଆହତ ହୋଇଥିଲେ ସାମି । ପୂର୍ବରୁ ଦଳରେ ମହମ୍ମଦ ସିରାଜ୍, ଦୀପକ ଚହର, ଶାର୍ଦ୍ଦୁଳ ଠାକୁର ଓ କୁଲଦୀପ ସେନ୍ ଆଦି ପେସ୍ ବୋଲର ରହିଛନ୍ତି । ସାମିଙ୍କ ସ୍ଥାନରେ ଉମ୍ରାନ ସାମିଲ ହେବା ପରେ ଦଳ ଆହୁରି ମଜବୁତ ହୋଇଛି ।

ବାଂଲାଦେଶ ବିରୋଧରେ ଡିସେମ୍ବର ୪ତାରିଖରେ ଢାକାରେ ଖେଳାଯିବ ପ୍ରଥମ ଦିନିକଆ ମ୍ୟାଚ୍ । ୭ତାରିଖରେ ଦ୍ବିତୀୟ ମ୍ୟାଚ୍ ଓ ୧୦ରେ ତୃତୀୟ ଦିନିକିଆ ଖେଳାଯିବ । ଏହା ପରେ ଡିସେମ୍ବର ୧୪ତାରିଖରୁ ଆରମ୍ଭ ହେବ ପ୍ରଥମ ଟେଷ୍ଟ । ସେହିପରି ୨୨ ତାରିଖରୁ ଦ୍ବିତୀୟ ଟେଷ୍ଟ ମ୍ୟାଚ୍ ଖେଳାଯିବ ।

ବାଂଲାଦେଶ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ: ରୋହିତ ଶର୍ମା (ଅଧିନାୟକ), କେ.ଏଲ୍ ରାହୁଲ (ଉପ-ଅଧିନାୟକ), ଶିଖର ଧୱନ, ବିରାଟ କୋହଲି, ରଜତ ପାଟିଦାର, ଶ୍ରେୟସ୍ ଆୟର, ରାହୁଲ ତ୍ରିପାଠୀ, ରିଷଭ ପନ୍ତ (ୱିକେଟ୍ କିପର), ଇଶାନ କିଶନ (ୱିକେଟ୍ କିପର), ଶାହବାଜ ଅହମ୍ମଦ, ଅକ୍ଷର ପଟେଲ, ୱାଶିଂଟନ୍ ସୁନ୍ଦର, ଶାର୍ଦ୍ଦୁଳ ଠାକୁର, ମହମ୍ମଦ ସିରାଜ, ଦୀପକ ଚହର, କୁଲଦୀପ ସେନ୍।

ବାଂଲାଦେଶ ଗସ୍ତ ପାଇଁ ଭାରତୀୟ ଟେଷ୍ଟ ଦଳ: ରୋହିତ ଶର୍ମା (ଅଧିନାୟକ), କେ.ଏଲ୍ ରାହୁଲ (ଉପ-ଅଧିନାୟକ), ଶୁଭମାନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି, ଶ୍ରେୟସ୍ ଆୟର, ରିଷଭ ପନ୍ତ (ୱିକେଟ୍ କିପର), କେ.ଏସ୍ ଭାରତ (ୱିକେଟ୍ କିପର), ଆର ଅଶ୍ୱିନ, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଉମେଶ ଯାଦବ, ଶାର୍ଦ୍ଦୁଳ ଠାକୁର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.