Categories: କ୍ରୀଡା

ପୂର୍ବାଞ୍ଚଳ ବଧିର କ୍ରିକେଟ୍‌ ପ୍ରତିଯୋଗିତାରେ ଓଡ଼ିଶା ଚାମ୍ପିଅନ୍‌

ଭୁବନେଶ୍ୱର (କେ ନ୍ୟୁଜ୍‌) : ତୃତୀୟ ପୂର୍ବାଞ୍ଚଳ ବଧିର କ୍ରିକେଟ୍‌ ପ୍ରତିଯୋଗିତାରେ ଚାମ୍ପିଅନ୍‌ ହୋଇଛି ଓଡ଼ିଶା ଦଳ । ଫାଇନାଲ୍‌ରେ ପଶ୍ଚିମବଙ୍ଗକୁ ୭୦ ରନ୍‌ରେ ପରାସ୍ତ କରି ବିଜୟୀ ହେବା ସହ ସର୍ବଭାରତୀୟ ପ୍ରତିଯୋଗିତା ପାଇଁ ଯୋଗ୍ୟତା ଅର୍ଜନ କରିଛି ।
ଓଡ଼ିଶା ବଧିର କ୍ରୀଡ଼ା ପରିଷଦ ଆନୁକୂଲ୍ୟରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆଇଏମ୍‌ଏମ୍‌ଟି ପଡ଼ିଆରେ ଆୟୋଜିତ ହୋଇଥିଲା ଏହି ତିନି ଦିନିଆ ପ୍ରତିଯୋଗିତା । ଓଡ଼ିଶା ଦଳ ତାର ପ୍ରଥମ ମ୍ୟାଚ୍‌ରେ ବିହାରକୁ ୭ ଓ୍ଵିକେଟ୍‌ରେ ଏବଂ ଦ୍ୱିତୀୟ ମ୍ୟାଚ୍‌ରେ ଝାଡ଼ଖଣ୍ଡକୁ ୧୦ ଓ୍ଵିକେଟ୍‌ରେ ପରାସ୍ତ କରି ଫାଇନାଲ୍‌ରେ ପହଞ୍ଚିଥିଲା । ଦଳର ନବାଗତ ଖେଳାଳି ଆର.ଆର. ସାହାଣି ଚମତ୍କାର ଖେଳ ପ୍ରଦର୍ଶନ କରି ଉଭୟ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଓ ମ୍ୟାନ୍‌ ଅଫ୍‌ ଦି ଟୁର୍ଣ୍ଣାମେଣ୍ଟ ପୁରସ୍କାର ଜିତିଥିଲେ । ଉଦଯାପନୀ ଉତ୍ସବରେ ଓଡ଼ିଶା ହାଇକୋର୍ଟର ଆଇନ୍‌ଜୀବୀ ନିତିଶ କୁମାର ମହାନ୍ତି, ଡ. ବି.ସି. ତ୍ରିପାଠୀ, ବି.ସି. ସାହୁ, ପ୍ରଫେସର କବୀର ମୋହନ ସେଠୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ।

 

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago