ଅଲମ୍ପିକ ପୂର୍ବରୁ ଦୂତୀ ଚାନ୍ଦଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ, ବଢ଼ାଇଲେ ମନୋବଳ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଟୋକିଓ ଅଲମ୍ପିକରେ ଦେଶରୁ ପ୍ରତିନିଧିତ୍ୱ କରୁଥିବା କ୍ରୀଡ଼ାବିତଙ୍କ ସହ କଥା ହୋଇଛନ୍ତି । ଓଡ଼ିଶାରୁ ଟୋକିଓ ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଦୌଡରାଣୀ ଦୂତୀ ଚାନ୍ଦଙ୍କ ସହ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀ କଥା ହୋଇଥିବା ଜଣାପଡ଼ିଛି |

ଦୂତୀଙ୍କ ସମେତ ତୀରନ୍ଦାଜ ଦୀପିକା କୁମାରୀ, ପ୍ରବୀଣ ଯାଦବ, ଜାଭେଲିନ୍ ତାରକା ନୀରଜ ଚୋପ୍ରା, ମୁଷ୍ଠିଯୋଦ୍ଧା ଆଶିଷ କୁମାର, ମାରୀ କମ୍‌, ପି ଭି ସିନ୍ଧୁ, ସୌରଭ ଚୌଧୁରୀ, ସାନିଆ ମିର୍ଜା, ମନିକ ବାତ୍ରା, ମନ୍‌ପ୍ରୀତ ସିଂହ ଓ ସାର୍ଥକ କମଲ ଙ୍କ ସହ ମଧ୍ୟ ପ୍ରଧାନମନ୍ତ୍ରୀ କଥା ହୋଇଥିବା ଜଣାପଡ଼ିଛି |

ଦୂତୀ ଚାନ୍ଦ ଅଲିମ୍ପିକରେ ୧୦୦ ଏବଂ ୨୦୦ ମିଟର ଦୌଡରେ ଦେଶର ପ୍ରତିନିଧିତ୍ୱ କରିବାକୁ ଯାଉଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବା ବେଳେ ଚାନ୍ଦ ତାଙ୍କ କ୍ରୀଡ଼ା ଜୀବନର ବିଶେଷ କଠିନ ପରିସ୍ଥିତି ବିଷୟରେ କହିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦୀ, ସାରା ଦେଶ ତାଙ୍କୁ ଟୋକିଓରେ ବିଜୟୀ ଭାବେ ଦେଖିବାକୁ ଚାହୁଁଛି ବୋଲି କହିଥିଲେ।

ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନାରେ ବେଳେ ଦୂତୀ ନିଜ ସଂଘର୍ଷର କାହାଣୀ କହିଥିଲେ । ସଫଳତାର ଶ୍ରେୟ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କିଟ୍ ଓ କିସ୍ ପ୍ରତିଷ୍ଠାତା ଡକ୍ଚର ଅଚ୍ୟୁତ ସାମନ୍ତଙ୍କୁ ଧନ୍ୟବାଦ ଦେଇଥିଲେ ଦୂତୀ ଚାନ୍ଦ ।

ନିକଟରେ ଦୂତୀ ଇଣ୍ଡିଆନ ଗ୍ରାଣ୍ଡ ପ୍ରିକ୍ସ୪ର ୧୦୦ ମିଟର ଇଭେଣ୍ଟକୁ ୧୧.୧୭ ସେକେଣ୍ଡ ଅତିକ୍ରମ କରି ନିଜର ପୂର୍ବ ରେକର୍ଡକୁ କାଟିଦେଇଥିଲେ । ସେ ମାତ୍ର ୦.୦୨ ସେକେଣ୍ଡ ପାଇଁ ସେ ଅଳ୍ପକେ ସିଧାସଳଖ ଅଲିମ୍ପିକ ଯୋଗ୍ୟତା ଅର୍ଜନ କରିପାରିନଥିଲେ ।

ଉଲ୍ଲେଖଯୋଗ୍ୟ, ଏଥର ଟୋକିଓ ଅଲମ୍ପିକ ପାଇଁ ଭାରତରୁ ୧୨୬ ଜଣ ଖେଳାଳୀ ବିଭିନ୍ନ ଇଭେଣ୍ଟରେ ଭାଗ ନେବାକୁ ଯାଉଛନ୍ତି । ଓଡ଼ିଶା ସରକାର ଦୂତୀଙ୍କୁ ରାଜୀବ ଗାନ୍ଧି ଖେଳ ରତ୍ନ ପୁରସ୍କାର ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.