କ୍ରୀଡା

ରିଷଭଙ୍କ ଲିଗାମେଣ୍ଟ ସର୍ଜରୀ ଶେଷ, ସ୍ୱାସ୍ଥ୍ୟବସ୍ଥାରେ ଘଟୁଛି ଉନ୍ନତି

କାର ଦୁର୍ଘଟଣା ପରେ ଟିମ୍‌ ଇଣ୍ଡିଆର ପ୍ରତିଭାବାନ ଖେଳାଳି ରିଷଭ ପନ୍ତ ମୁମ୍ବାଇର କୋକିଲାବେନ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ଏବେ ପନ୍ତଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ବଡ ଅପଡେଟ୍‌ ସାମ୍ନାକୁ ଆସିଛି । ରିଷଭଙ୍କର ପୁଣି ଏକ ସର୍ଜରୀ କରାଯାଇଛି । ଏହି ସର୍ଜରୀ ପରେ ରିଷଭଙ୍କ ସ୍ୱାସ୍ଥ୍ୟରେ କିଛି ଉନ୍ନତି ଘଟିଛି । ତେଣୁ ରିଷଭ ସୁସ୍ଥ ଅନୁଭବ କରୁଛନ୍ତି ।

ସୂଚନା ମୁତାବକ, ରିଷଭଙ୍କ ଡାହାଣ ଗୋଡର ଲିଗାମେଣ୍ଟ ଭାଙ୍ଗି ଯାଇଥିଲା। ଯାହାର ସର୍ଜରୀ ମୁମ୍ବାଇର କୋକିଲାବେନ ହସପିଟାଲରେ କରାଯାଇଛି । ଏହି ଅପରେସନ ଡାକ୍ତର ଦିନେଶ ପାଦରିଓ୍ଵାଲା କରିଛନ୍ତି । ଏହି ସର୍ଜରୀ ପରେ ରିଷଭଙ୍କୁ ଏବେ ୩ ରୁ ୪ ମାସ ପର୍ଯ୍ୟନ୍ତ ଡାକ୍ତରଙ୍କ ତତ୍ତ୍ୱାବଧାନରେ ରହିବେ ।

ରିଷଭଙ୍କ ଏହି ସର୍ଜରୀ ପାଖାପାଖି ୩ ଘଣ୍ଟା ପର୍ଯ୍ୟନ୍ତ ଚାଲିବ । ଚିକିତ୍ସା ପରେ ରିଷଭ ସୁସ୍ଥ ଅନୁଭବ କରୁଛନ୍ତି। କାର ଦୁର୍ଘଟଣା ପରେ ରିଷଭଙ୍କ ମୁଣ୍ଡ, ପିଠି, ଆଣ୍ଠୁ ଏବଂ କହୁଣୀରେ ଗଭୀର ଆଘାତ ଲାଗିଥିଲା। ପ୍ରଥମେ ତାଙ୍କ ଚିକିତ୍ସା ଡେରାଡୁନର ମ୍ୟାକ୍ସ ହସପିଟାଲରେ ଚାଲିଥିଲା। ପରେ ତାଙ୍କୁ ମୁମ୍ବାଇକୁ ଏୟାରଲିଫ୍ଟ କରାଯାଇଛି ।

ସୂଚନାଯୋଗ୍ୟ, ରିଷଭ ପନ୍ତ ୩୦ ଡିସେମ୍ବରରେ ନିଜ ମା’ଙ୍କୁ ସରପ୍ରାଇଜ ଦେବା ପାଇଁ ଦିଲ୍ଲୀରୁ ରୁଡକୀ ଯାଉଥିଲେ। ଡେରାଡୁନରେ ଏକ ଡିଭାଇଡରରେ ପିଟି ହୋଇଥିଲେ। ତେବେ ବଡ଼ ଅଘଟଣ ପୂର୍ବରୁ ପନ୍ତ କାରର କାଚ ଭାଙ୍ଗି ଏହା ମଧ୍ୟରୁ ଡେଇଁ ପଡ଼ିଥିଲେ। ଫଳରେ ସେ ଏକ ନିଶ୍ଚିତ ମୃତ୍ୟୁମୁଖରୁ ବର୍ତ୍ତି ଯାଇଥିଲେ। ରିଷଭ କିନ୍ତୁ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିଲେ । ଫଳରେ କାର ଦୁର୍ଘଟଣା ହୋଇଥିଲା। ହରିୟାଣା ରୋଡେଓ୍ଵଜର ବସ୍‌ ଡ୍ରାଇଭର ଏବଂ କଣ୍ଡକ୍ଟର ତାଙ୍କୁ ଉଦ୍ଧାର କରି ହସପିଟାଲରେ ଭର୍ତ୍ତି କରିଥିଲେ । ଦୁର୍ଘଟଣାରେ ପନ୍ତଙ୍କ କାର ଜଳିପୋଡି ପାଉଁଶ ହୋଇଯାଇଥିଲା ।

ଏହି ଘଟଣାରେ ରିଷଭଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ପନ୍ତଙ୍କ ମୁଣ୍ଡ ଓ ମେରୁଦଣ୍ଡ ସଂପୂର୍ଣ୍ଣ ଭାବେ ଠିକ ଅଛି। ଡାହାଣ ଗୋଡ ଆଣ୍ଠୁର ଲିଗାମେଣ୍ଟ ଭାଙ୍ଗିଯାଇଥିଲା। ଡାହାଣ ହାତ କହୁଣୀ, ପାପୁଲି ଏବଂ ଆଙ୍ଗୁଠିରେ ଆଘାତ ଲାଗିଥିଲା। ପିଠିରେ ଅନେକ ସ୍ଥାନରେ ଗଭୀର ଆଘାତ ଲାଗିଥିଲା। ତେବେ ଉତ୍ତରାଖଣ୍ଡର ମ୍ୟାକ୍ସ ହସ୍ପିଟାଲରେ ପନ୍ତଙ୍କ ପ୍ଲାଷ୍ଟିକ ସର୍ଜରୀ ସଫଳତାର ଶେଷ ହୋଇଥିଲା। ଦୁର୍ଘଟଣାରେ ତାଙ୍କ ମୁହଁ ଓ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତଚିହ୍ନ ଲାଗିଥିଲା। ସେସବୁ କ୍ଷତ ଚିହ୍ନଗୁଡ଼ିକୁ ପ୍ଲାଷ୍ଟିକ ସର୍ଜରୀ କରାଯାଇଥିଲା। ଦୁର୍ଘଟଣାରେ କଟି ଯାଇଥିବା ତାଙ୍କ ବାମ ଆଖିପତାର ପ୍ଲାଷ୍ଟିକ୍ ସର୍ଜରୀ ହୋଇଥିଲା।

Swagatika

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

25 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

36 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

49 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

52 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago