କ୍ରୀଡା

ରୋହିତ ଶର୍ମା ଏବଂ ଜୟ ଶାହଙ୍କ ଉପସ୍ଥିତିରେ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଟିମର ଜର୍ସି ଲଞ୍ଚ, ବିସିସିଆଇ ସେୟାର କଲା ଭିଡିଓ

ଆଇପିଏଲ ପରେ ଆଇସିସି ଟି୨୦ ବିଶ୍ୱକପ ଆରମ୍ଭ ହେବ । ଜୁନ୍‌ ୨ରୁ ଆରମ୍ଭ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ପୂର୍ବରୁ ଭାରତୀୟ ଟିମର ଜର୍ସି ଲଞ୍ଚ ହୋଇଛି । ବିସିସିଆଇର ସାଧାରଣ ସମ୍ପାଦକ ଜୟ ଶାହ ଓ ଭାରତୀୟ ଟିମର ଅଧିନାୟକ ରୋହିତ ଶର୍ମା ଭାରତୀୟ କ୍ରିକେଟ ଟିମର ନୂଆ କିଟ ଲଞ୍ଚ କରିଛନ୍ତି । ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଆସନ୍ତା ଟି-୨୦ ବିଶ୍ୱକପରେ ଭାରତୀୟ ଟିମ ପିନ୍ଧିବାକୁ ଥିବା ଜର୍ସିକୁ ମଧ୍ୟ ଲଞ୍ଚ କରାଯାଇଛି ।

ନୂଆ କିଟ ଓ ଜର୍ସି ଲଞ୍ଚ କାର୍ଯ୍ୟକ୍ରମର ଭିଡିଓକୁ ବିସିସିଆଇ X ଆକାଉଣ୍ଟରେ ପୋଷ୍ଟ କରିଛି । ପ୍ରଥମେ ରୋହିତ ଓ ଜୟ ଶାହ ଗୋଟିଏ ଜର୍ସିର କପଡ଼ାକୁ ଯାଞ୍ଚ କରିଥିଲେ । ଏହାପରେ ଆୟୋଜିତ ଆଡିଡାସ ପକ୍ଷରୁ ଭାରତୀୟ ଟିମର ସମସ୍ତ କିଟ୍ସ ଯଥା- ଟ୍ରେନିଂ କିଟ, କୋଚିଂ ଷ୍ଟାଫ କିଟ୍‌ ଓ ମୁଖ୍ୟ କିଟ୍କୁ ଲଞ୍ଚିଂ କରାଯାଇଥିଲା ।

ନୂଆ ଜର୍ସି ଅଫିସିଆଲ ଭାବେ ଆଡିଡାସ ଦ୍ୱାରା ୬ ମଇରେ ଲଞ୍ଚ ହୋଇଥିଲା । ହେଲିକପ୍ଟର ଜରିଆରେ ଟି-୨୦ ବିଶ୍ୱକପ ଜର୍ସିକୁ ଧର୍ମଶାଳା ଷ୍ଟାଡିୟମରେ ରୋହିତ, କୁଲଦୀପ ଯାଦବ ଓ ରବୀନ୍ଦ୍ର ଜାଡେଜାଙ୍କ ଉପସ୍ଥିତିରେ ଲଞ୍ଚ କରାଯାଇଥିଲା । ଜର୍ସିକୁ ୭ ମଇରୁ ଆଡିଡାସ ଷ୍ଟୋରରୁ କିଣିବା ପାଇଁ ଉପଲବ୍ଧ ଥିଲା । ଏହି ଜର୍ସିର ଦାମ୍‌ ୬ ହଜାର ଟଙ୍କା ରହିଛି । ହେଲେ ଏବେ ଏହାକୁ ବିଧିବଦ୍ଧ ଭାବେ ଲଞ୍ଚ କରାଯାଇଛି ।

ଜୁନ ୨ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଥିବା ବେଳେ ଜୁନ ୫ରେ ଭାରତ ତା’ର ପ୍ରଥମ ମ୍ୟାଚ ଖେଳିବ ।  ଆମେରିକାର ଫ୍ଲୋରିଡା, ମୋରିସଭିଲେ, ଡଲାସ୍ ଓ ନ୍ୟୁୟର୍କକୁ ଏହି ଟୁର୍ଣ୍ଣାମେଣ୍ଟ ପାଇଁ ତାଲିକାଭୁକ୍ତ କରାଯାଇଛି । ଏହି ପ୍ରତିଯୋଗିତାରେ ୨୦ଟି ଦଳ ୫୫ଟି ମ୍ୟାଚ୍ ଖେଳିବେ ।  ଟି୨୦ ବିଶ୍ୱକପ ପାଇଁ ଖେଳିବାକୁ ଥିବା ୨୦ ଟିମ୍‌କୁ ୫-୫ କରି ୪ଟି ଗ୍ରୁପରେ ବଣ୍ଟାଯାଇଛି । ଭାରତ ଛଡା ଗ୍ରୁପ ଏ ରେ ପାକିସ୍ତାନ, ଆୟରଲାଣ୍ଡ, ୟୁଏସଏ ଏବଂ କାନାଡା ରହିବ ।  ଏହାପରେ ଟପ୍‌-୨ ରେ ରହୁଥିବା ପ୍ରତ୍ୟେକ ଗ୍ରୁପର ଟିମ୍‌ ସୁପର-୮ ପାଇଁ କ୍ୱାଲିଫାଏ କରିବା, ସେମାନଙ୍କୁ ୪-୪ କରି ୨ଟି ଗ୍ରୁପରେ ବଣ୍ଟାଯିବ । ସେହିପରି ଟପ୍‌-୨ରେ ରହିବା ଟିମକୁ ନିଜ ନିଜ ଗ୍ରୁପରେ ସେମିଫାଇନାଲ ଖେଳିବାକୁ ହେବ ।

ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ :

ରୋହିତ ଶର୍ମା(ଅଧିନାୟକ), ଯଶସ୍ୱୀ ଜୟସଓ୍ଵାଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ରିଷଭ ପନ୍ତ, ସଞ୍ଜୁ ସାମସନ, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ଯୁଜବେନ୍ଦ୍ର ଚହଲ, ଜସପ୍ରୀତ ବୁମରା, ମହମ୍ମଦ ସିରାଜ, ଅର୍ଶଦୀପ ସିଂ ସାମିଲ ରହିଛନ୍ତି ।

ଷ୍ଟାଣ୍ଡବାଏ : ଶବମନ ଗିଲ, ରିଙ୍କୁ ସିଂ, ଖଲୀଲ ଅହମଦ, ଆବେଶ ଖାନ ।

Swagatika

Recent Posts

ଓଏସଆରଟିସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

3 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

10 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

12 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

30 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

55 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

59 mins ago