Below header

ହାଇଦ୍ରାବାଦ ଠାରୁ ପୂର୍ବ ପରାଜୟର ପ୍ରତିଶୋଧ ନେବାକୁ ପଡିଆକୁ ଓହ୍ଲାଇବ ବାଙ୍ଗାଲୋର ଟିମ୍

ଆଜି ଆଇପିଏଲରେ ବାଙ୍ଗାଲୋର ସହିତ ମୁକାବିଲା କରିବ ହାଇଦ୍ରାବାଦ । ଚଳିତ ଆଇପିଏଲରେ ଷଷ୍ଠ ଲିଗ୍ ମ୍ୟାଚ୍‌ରେ ମୁହାଁମୁହିଁ ହେବେ ବିରାଟ କୋହଲି ଓ ଡେଭିଡ୍ ଓ୍ଵାର୍ଣ୍ଣର । ପ୍ରଥମ ମ୍ୟାଚ୍‌ରେ କୋଲକାତା ନାଇଟ୍ ରାଇଡର୍ସଠୁ ପରାଜିତ ହୋଇଥିଲା ହାଇଦ୍ରାବାଦ । ତେଣୁ ଆଜିର ମ୍ୟାଚ୍ ଜିତି ବିଜୟ ଖାତା ଖୋଲିବା ଲକ୍ଷ୍ୟରେ ରହିଛି ସନ୍‌ରାଇଜର୍ସ ।

ଅନ୍ୟପଟେ ବାଙ୍ଗାଲୋର ପୂର୍ବ ପରାଜୟର ପ୍ରତିଶୋଧ ନେବାକୁ ପ୍ରସ୍ତୁତ ହୋଇ ରହିଛି । ଗତଥର ସିଜିନ୍‌ରେ ଉଭୟ ଦଳ ପରସ୍ପରକୁ ୩ ଥର ଭେଟିଥିଲେ । ଏଥିରୁ ସନ୍‌ରାଇଜର୍ସ ୨ଟି ମ୍ୟାଚ୍ ଜିତିଥିଲା । ଚଳିତ ସିଜିନ୍‌ରେ ରୟାଲ ଚ୍ୟାଲେଞ୍ଜର୍ସକୁ ହରାଇବାକୁ ହେଲେ ସନରାଇଜର୍ସକୁ ବୋଲିଂ ବିଭାଗ ସୁଦୃଢ କରିବାକୁ ପଡ଼ିବ । ପ୍ରଥମ ମ୍ୟାଚ୍‌ରେ ବୋଲର ବିଫଳ ହୋଇଥିବାରୁ ଦଳକୁ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା ବୋଲି ଡେଭିଡ୍ ଓ୍ଵର୍ଣ୍ଣର କହିଥିଲେ।

ରୟାଲ୍ ଚାଲେଞ୍ଜର୍ସ ବାଙ୍ଗାଲୋର୍: ବିରାଟ କୋହଲି (ଅଧିନାୟକ), ଏବି ଡି’ଭିଲିୟର୍ସ, ଆଦାମ ଜାମ୍ପା, ଦେବଦତ୍ତ ପଡିକଲ, କେନ୍ ୱିଲିୟମସନ୍, ମହମ୍ମଦ ସିରାଜ, ନଭଦୀପ ସୈନି, ପବନ ଦେଶପାଣ୍ଡେ, ସାହାବାଜ ଅହମ୍ମଦ, ୱାସିଂଟନ୍ ସୁନ୍ଦର, ୟୁଜବେନ୍ଦ୍ର ଚହଲ, ଡାନିଏଲ୍ ସାମ୍ସ, ହର୍ଷଲ ପଟେଲ୍, ଗ୍ଲେନ ମ୍ୟାକ୍ସୱେଲ, ସଚିନ ବେବି, ରଜତ ପଟିଦାର, ମହମ୍ମଦ ଆଝାରୁଦ୍ଦିନ୍, କାଏଲ୍ ଜାମିସନ୍, ଡାନ୍ କ୍ରିଷ୍ଟିଆନ୍, ସୂୟାଶ ପ୍ରଭୂଦେଶାଇ, କେଏସ୍ ଭାରତ, ଫିନ୍ ଆଲେନ୍।

ସନରାଇଜର୍ସ ହାଇଦ୍ରାବାଦ ଦଳ: ଡେଭିଡ୍ ୱାର୍ନର (ଅଧିନାୟକ), କେନ୍ ୱିଲିୟମସନ୍, ବିରାଟ ସିଂହ, ମନୀଷ ପାଣ୍ଡେ, ପ୍ରିୟମ ଗର୍ଗ, ରିଦ୍ଧିମାନ ସାହା, ଜନି ବେୟାରଷ୍ଟୋ, ଜାସନ ରୟ, ଶ୍ରୀବତ୍ସ ଗୋସ୍ବାମୀ, ବିଜୟ ଶଙ୍କର, ମହମ୍ମଦ ନବି, କେଦାର ଯାଦବ, ଜେ ସ୍କିଟ୍, ଜାସନ ହୋଲ୍ଡର, ଅଭିଷେକ ଶର୍ମା, ଅବଦୁଲ ସମଦ, ଭୁବନେଶ୍ବର କୁମାର, ରସିଦ ଖାନ୍, ଟି ନଟରାଜନ, ସନ୍ଦୀପ ଶର୍ମା, ଖଲିଲ ଅହମ୍ମଦ, ସିଦ୍ଧାର୍ଥ କୌଲ, ବାସିଲ ଥମ୍ପି, ଶାହବାଜ ନଦୀମ, ମୁଜିବ ଉର ରହମାନ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.