ଅନ୍ତର୍ଜାତୀୟ ସ୍ତରର ଖ୍ୟାତନାମା ମହିଳା ବ୍ୟାଡ୍ମିଣ୍ଟନ ଖେଳାଳି ତଥା KIIT ଛାତ୍ରୀ ରୁତାପର୍ଣ୍ଣା ପଣ୍ଡାଙ୍କୁ ୨୦୨୧ ବର୍ଷ ପାଇଁ ସମ୍ମାନଜନକ ୨୯ତମ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯାଇଛି। ସୋମବାର ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରୁତାପର୍ଣ୍ଣାଙ୍କୁ ନଗଦ ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ସହିତ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ପଦ୍ମଶ୍ରୀ ଦିଲୀପ ତିର୍କୀ, ଅନୁରାଧା ବିଶ୍ୱାଳ ଓ ଏକଲବ୍ୟ ପୁରସ୍କାର କମିଟି ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ଏହି ଉତ୍ସବରେ KIITର ଅନ୍ୟ ଜଣେ ଛାତ୍ରୀ ତଥା ସାଇକ୍ଲିଷ୍ଟ ସ୍ୱସ୍ତି ସିଂ ମଧ୍ୟ ନଗଦ ୫୦,୦୦୦ ଟଙ୍କା ପୁରସ୍କାର ରାଶି ସହିତ ପ୍ରମାଣ ପତ୍ର ଅତିଥିଙ୍କଠାରୁ ଗ୍ରହଣ କରିଥିଲେ।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…