Categories: କ୍ରୀଡା

ଟିମ୍ ଇଣ୍ଡିଆକୁ ବଡ଼ ଝଟକା, ଆଘାତ କାରଣରୁ ମ୍ୟାଚ୍ ଖେଳିବେନି ଧୁରନ୍ଧର ଓପନର ଶିଖର ଧଓ୍ଵନ

ବିଶ୍ୱକପ୍‌ରେ ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା। ଆହତ କାରଣରୁ ତିନି ସପ୍ତାହ ପାଇଁ ଦଳରୁ ବାଦ ପଡ଼ିଲେ ଧୁରନ୍ଧର ଓପନର ଶିଖର ଧଓ୍ଵନ। ତାଙ୍କ ହାତରେ ଆଘାତ ଲାଗିଛି। ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚର ହିରୋ ଶିଖର ଧଓ୍ଵନ ଦଳରୁ ବାଦ ପଡ଼ିବା ଟିମ୍ ଇଣ୍ଡିଆର ଚିନ୍ତା ବଢ଼ାଇଛି। ଫଳରେ ଆସନ୍ତା ୧୩ ତାରିଖରେ ନ୍ୟୁଜିଲାଣ୍ଡ ଓ ୧୬ ତାରିଖରେ ଖେଳାଯିବାକୁ ଥିବା ପାକିସ୍ତାନ ବିପକ୍ଷ ବିଶ୍ୱକପ୍ ମ୍ୟାଚ ଖେଳି ପାରିବେ ନାହିଁ ଶିଖର ଧଓ୍ଵନ।

ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଶିଖର ଧଓ୍ଵନ ଶତକୀୟ ଇନିଂସ ଖେଳିଥିଲେ। ୧୦୯ ବଲରେ ହାସଲ କରିଥିଲେ ୧୧୭ ରନ୍। ତାଙ୍କର ଧୂଆଁଧାର ଇନିଂସ ବଳରେ ଟିମ୍ ଇଣ୍ଡିଆ ଅଷ୍ଟ୍ରେଲିଆ ଆଗରେ ୩୫୩ ରନ୍ ଟାର୍ଗେଟ ଠିଆ କରିଥିଲା। ଏହି ମ୍ୟାଚରେ ଆହତ ହୋଇଥିଲେ ଧଓ୍ଵନ। ବ୍ୟାଟିଂ କରିଥିଲେ ବି ଫିଲଡିଂ କରି ନଥିଲେ। ତାଙ୍କ ସ୍ଥାନରେ ପୂରା ୫୦ ଓଭର ଫିଲଡିଂ କରିଥିଲେ ରବୀନ୍ଦ୍ର ଜାଡେଜା।

Sonalisa

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

4 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

7 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

8 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

8 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

10 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

11 hours ago