Categories: କ୍ରୀଡା

କଳିଙ୍ଗ ଷ୍ଟାଡିୟମ୍‌ରେ ୪ଟି ହାଇପର୍ଫମାନ୍ସ ସେଣ୍ଟରର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍) : ରାଜ୍ୟରେ ଉଦଘାଟିତ ହେଲା ସ୍ପୋର୍ଟ୍ସ ମ୍ୟାନେଜମେଣ୍ଟ ସେଣ୍ଟର । ୪ଟି ହାଇ ପରଫରମାନ୍ସ ସେଣ୍ଟର ସହ ଏକ ସ୍ପୋର୍ଟ୍ସ ମ୍ୟାନେଜମେଣ୍ଟ ସେଣ୍ଟରକୁ ଉଦଘାଟନ କରଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ଓଡ଼ିଶାକୁ ପ୍ରଶଂସା କରିଥିଲେ ପୂର୍ବତନ କ୍ରିକେଟର ଅନିଲ କୁମ୍ବଲେ । କୁମ୍ବଲେ କହିଛନ୍ତି, ଦେଶରେ ଓଡିଶା ନମ୍ବର ଓ୍ଵାନ ସ୍ପୋର୍ଟିଂ ଷ୍ଟେଟ୍‌ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏହି ଉତ୍ସବରେ ବିଭିନ୍ନ କ୍ରୀଡ଼ାରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ୧୩୩ ଜଣ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଜାକର୍ତ୍ତାରେ ଅନୁଷ୍ଠିତ ଏସିଆନ୍‌ ଗେମ୍ସରେ ଭାଗ ନେଇଥିବା ତଥା ପାରା ଏସିଆନ ଗେମ୍ସରେ ପଦକ ଜିତିଥିବା ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରଦାନ କରିଥିଲେ। ଉତ୍ସବରେ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ତଥା କୋଚ ପୁଲେଲା ଗୋପୀଚାନ୍ଦ, ପୂର୍ବତନ କ୍ରିକେଟର ଅନିଲ କୁମ୍ବଲେ, କ୍ରୀଡ଼ାମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ରାଜ୍ୟରେ କ୍ରୀଡ଼ା ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଅବଦାନକୁ ଭୂୟସୀ ପ୍ରଶଂସା କରିଥିଲେ ଗୋପିଚାନ୍ଦ।

KNews Bureau

Recent Posts

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

6 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

12 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

42 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

49 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago