ଦିନିକିଆ ବିଶ୍ୱକପ ୨୦୨୩ ପାଇଁ ଭାରତୀୟ ଟିମ୍‌ ଘୋଷଣା, ରୋହିତ ଅଧିନାୟକ, ହାର୍ଦ୍ଦିକଙ୍କୁ ମିଳିଲା ଉପଅଧିନାୟକ ପଦ

ଦିନିକିଆ ବିଶ୍ୱକପ ୨୦୨୩ ପାଇଁ ଭାରତୀୟ ଟିମ୍‌ ଘୋଷଣା କରିଛି ବିସିସିଆଇ । ୧୫ ଜଣିଆ ସ୍କ୍ବାର୍ଡ ଦଳ ଘୋଷଣା କରିଛନ୍ତି ଭାରତୀୟ ଟିମର ମୁଖ୍ୟ ଚୟନକର୍ତ୍ତା । ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ବିଶ୍ୱକପ ଖେଳିବ ଟିମ୍‌ ଇଣ୍ଡିଆ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମିଳିଛି ଉପଅଧିନାୟକ ପଦ।

ଦିନିକିଆ ବିଶ୍ୱକପ ୨୦୨୩ ପାଇଁ ଭାରତୀୟ ଟିମ୍‌ ଘୋଷଣା କରିଛି ବିସିସିଆଇ । ୧୫ ଜଣିଆ ସ୍କ୍ଵାଡ୍‌ ଦଳ ଘୋଷଣା କରିଛନ୍ତି ଭାରତୀୟ ଟିମର ମୁଖ୍ୟ ଚୟନକର୍ତ୍ତା । ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ବିଶ୍ୱକପ ଖେଳିବ ଟିମ୍‌ ଇଣ୍ଡିଆ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମିଳିଛି ଉପଅଧିନାୟକ ପଦ। ଏଥର ଦଳରେ ଆର ଅଶ୍ୱିନଙ୍କୁ ଟିମରେ ସ୍ଥାନ ମିଳିନି ।

ବିଶ୍ୱକପ ପାଇଁ ଦଳ : ରୋହିତ ଶର୍ମା(ଅଧିନାୟକ), ବିରାଟ କୋହଲି, ଶୁବମନ ଗିଲ୍‌, ଶ୍ରେୟସ ଆୟର, କେଏଲ ରାହୁଲ, ରବୀନ୍ଦ୍ର ଜାଡେଜା, ହାର୍ଦ୍ଦିକ ପାଣ୍ଡ୍ୟା(ଉପଅଧିନାୟକ), ଜସପ୍ରୀତ ବୁମରା, ମହମ୍ମଦ ସିରାଜ, କୁଲଦୀପ ଯାଦବ, ମହମ୍ମଦ ସାମି, ଅକ୍ଷର ପଟେଲ, ଈଶାନ କିଶନ, ସୂର୍ଯ୍ୟକୁମାର ଯାଦବ, ଶାର୍ଦ୍ଦୁଳ ଠାକୁର ।

ଅକ୍ଟୋବର ୫ ତାରିଖରୁ ଆଇସିସି ବିଶ୍ବକପ ୨୦୨୩ର ଆରମ୍ଭ ହେବ । ଦୁନିଆର ସବୁଠୁ ବଡ କ୍ରିକେଟ ଷ୍ଟାଡିୟମ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ଅନୁଷ୍ଠିତ ହେବ । ଅକ୍ଟୋବର ୫ରୁ ଆରମ୍ଭ ହୋଇ ଫାଇନାଲ ମ୍ୟାଚ ୧୯ ନଭେମ୍ବରରେ ଖେଳାଯିବ । ଏହି ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ।

ବିଶ୍ବକପ ୨୦୨୩ରେ ଟିମ୍‌ ଇଣ୍ଡିଆର ସୂଚୀ :

୮ ଅକ୍ଟୋବର : ଭାରତ ବନାମ ଅଷ୍ଟ୍ରେଲିଆ(ଚେନ୍ନାଇ)

୧୧ ଅକ୍ଟୋବର : ଭାରତ ବନାମ ଆଫଗାନିସ୍ତାନ ( ଦିଲ୍ଲୀ)

୧୫ ଅକ୍ଟୋବର : ଭାରତ ବନାମ ପାକିସ୍ତାନ (ଅହମଦାବାଦ)

୧୯ ଅକ୍ଟୋବର : ଭାରତ ବନାମ ବାଂଲାଦେଶ ( ପୁନେ)

୨୨ ଅକ୍ଟୋବର : ଭାରତ ବନାମ ନ୍ୟୁଜିଲାଣ୍ଡ ( ଧର୍ମଶାଳା)

୨୯ ଅକ୍ଟୋବର : ଭାରତ ବନାମ ଇଂଲଣ୍ଡ (ଲକ୍ଷ୍ନୌ)

୨ ନଭେମ୍ବର : ଭାରତ ବମାନ କ୍ବାଲିଫାୟର (ମୁମ୍ବାଇ)

୫ ନଭେମ୍ବର : ଭାରତ ବନାମ ଦକ୍ଷିଣ ଆଫ୍ରିକା (କୋଲକତା)

୧୧ ନଭେମ୍ବର : ଭାରତ ବନାମ କ୍ବାଲିଫାୟର ଟିମ୍‌ (ବେଙ୍ଗାଲୁରୁ)

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.