ଭୁବନେଶ୍ୱରରେ ଥୋମାସ୍ କପ ବିଜେତା ଭାରତୀୟ ଟିମ୍, କ୍ରୀଡା ବିଭାଗ ପକ୍ଷରୁ ଖେଳାଳିଙ୍କୁ ସ୍ୱାଗତ

ଭୁବନେଶ୍ୱର(କେନ୍ୟୁଜ୍‌): ଭୁବନେଶ୍ୱରରେ ଥୋମାସ କପ ବିଜେତା ଭାରତୀୟ ଟିମ । ବିମାନ ବନ୍ଦରରେ କ୍ରୀଡା ବିଭାଗ ପକ୍ଷରୁ ସମସ୍ତଙ୍କ ଖେଳାଳିଙ୍କୁ ସ୍ୱାଗତ କରାଯାଇଛି । ଆଜି ଅପରାହ୍ନରେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତ୍ୟେକ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ ।

ଏଥିଲାଗି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହେଉଛି । ଏଥିରେ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ତଥା ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି । ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଛି ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.