ଆଜି ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସ ସହିତ ଟକ୍କର ଦେବ ରୟାଲ୍ ଚାଲେଞ୍ଜର୍ସ ବାଙ୍ଗାଲୋର୍

ଚଳିତ ଆଇପିଏଲରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ସହିତ ମୁକାବିଲା କରିବ ରୟାଲ୍ ଚାଲେଞ୍ଜର୍ସ ବାଙ୍ଗାଲୋର୍। ମୁମ୍ବାଇ ଓ ଚେନ୍ନାଇରେ ମୁକାବିଲା ପରେ ପ୍ରଥମ ଥର ପାଇଁ ଉଭୟ ଦଳ ଅହମଦାବାଦ ମୋଟେରାସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳିବେ। ଉଭୟ ଦଳ ଏପର୍ଯ୍ଯନ୍ତ ୫ ଲେଖାଏଁ ମ୍ୟାଚ୍ ଖେଳି ୪ ଲେଖାଏଁ ଜିତି ସମାନ ୮ ପଏଣ୍ଟ୍ ଲେଖାଏଁ ପାଇଛନ୍ତି। ବିରାଟ କୋହଲିଙ୍କ ଦଳ ମହେନ୍ଦ୍ର ସିଂହ ଧୋନିଙ୍କ ଚେନ୍ନାଇ ନିକଟରୁ ଶୋଚନୀୟ ପରାଜୟ ବରଣ କରିଥିଲା। ଋଷଭ ପନ୍ତଙ୍କ ଦଳ କିନ୍ତୁ ଚେନ୍ନାଇର ଶେଷ ମୁକାବିଲାରେ ସୁପର୍ ଓଭରରେ ସନରାଇଜର୍ସ ହାଇଦ୍ରାବାଦକୁ ହରାଇ ଦେଇଥିଲା।

ରୟାଲ୍ ଚାଲେଞ୍ଜର୍ସ ବାଙ୍ଗାଲୋର୍ ଦଳ: ବିରାଟ କୋହଲି (ଅଧିନାୟକ), ଏବି ଡି’ଭିଲିୟର୍ସ, ଦେବଦତ୍ତ ପଡ଼ିକଲ, କେନ୍ ୱିଲିୟମସନ୍, ମହମ୍ମଦ ସିରାଜ, ନଭଦୀପ ସୈନି, ସାହାବାଜ ଅହମ୍ମଦ, ୱାସିଂଟନ୍ ସୁନ୍ଦର, ୟୁଝବେନ୍ଦ୍ର ଚହଲ, ହର୍ଷଲ ପଟେଲ୍, ଗ୍ଲେନ ମ୍ୟାକ୍ସୱେଲ, କାଏଲ୍ ଜାମିସନ୍, ଡାନ୍ କ୍ରିଷ୍ଟିଆନ୍, ସୂୟାଂଶ ପ୍ରଭୂଦେଶାଇ, କେଏସ୍ ଭାରତ, ଫିନ୍ ଆଲେନ୍, ପବନ ଦେଶପାଣ୍ଡେ, ଡାନିଏଲ୍ ସାମ୍ସ, ସଚିନ ବେବି, ରଜତ ପଟିଦାର, ମହମ୍ମଦ ଆଝାରୁଦ୍ଦିନ୍।

ଦିଲ୍ଲୀ କ୍ୟାପିଟାଲ୍ସ ଦଳ: ଋଷବ ପନ୍ତ୍ (ଅଧିନାୟକ ଓ ୱିକେଟ୍ ରକ୍ଷକ), ଶିଖର ଧାୱନ, ପୃଥ୍ବୀ ସ’, ଅଜିଙ୍କ୍ୟ ରାହାଣେ, ସିମ୍ରନ୍ ହେଟମେୟର୍, ମାର୍କସ ଷ୍ଟୋଇନିସ୍, କ୍ରିସ୍ ୱକ୍ସ, ରବିଚନ୍ଦ୍ରନ୍ ଅଶ୍ବିନ୍, ଅମିତ ମିଶ୍ରା, ଲଲିତ ଯାଦବ, ପ୍ରବୀଣ ଦୁବେ, କାଗିସୋ ରବାଦା, ଅନରିକ୍ ନର୍ଖିୟା, ଈଶାନ୍ତ ଶର୍ମା, ଆଭେସ୍ ଖାନ୍, ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ, ରିପଲ୍ ପଟେଲ୍, ବିଷ୍ଣୁ ବିନୋଦ, ଲୁକମାନ୍ ମେରିୱାଲା, ଏମ୍ ସିଦ୍ଧାର୍ଥ, ଟମ୍ କରନ୍, ସାମ୍ ବିଲିଙ୍ଗ୍ସ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.