କ୍ରୀଡା

ଆଜି ଆଇପିଏଲରେ ଚେନ୍ନାଇ ସୁପରକିଙ୍ଗସକୁ ଭେଟିବ ରାଜସ୍ଥାନ ରୟାଲ୍ସ, ଉଭୟ ଦଳ କରିଛି ଜୋରଦାର ପ୍ରସ୍ତୁତି

ଆଜିର ଆଇପିଏଲରେ ୧୨ତମ ଲିଗ୍ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବାକୁ ଯାଉଛନ୍ତି । ଏହି ମ୍ୟାଚ୍କୁ ନେଇ ଉଭୟ ଦଳ ଜୋରଦାର ପ୍ରସ୍ତୁତି କରିଛନ୍ତି ।

ଇତି ମଧ୍ୟରେ ଉଭୟ ଦଳ ବିଜୟ ଖାତା ଖୋଲି ସାରିଥିବାରୁ ଖେଳାଳିଙ୍କ ମନୋବଳ ଦ୍ୱିଗୁଣିତ ରହିଛି । ରାଜସ୍ଥାନ ରୟାଲ୍ସ ପ୍ରଥମ ମ୍ୟାଚ୍ରେ ପଞ୍ଜାବ କିଙ୍ଗ୍ସ ଠାରୁ ପରାଜିତ ହୋଇଥିବାବେଳେ ଦ୍ୱିତୀୟ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ହରାଇଥିଲା । ସେହିପରି ସୁପରକିଙ୍ଗ୍ସ ପ୍ରଥମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସଠୁ ପରାଜିତ ହୋଇଥିଲା । ହେଲେ ଦ୍ୱିତୀୟ ମ୍ୟାଚରେ ପଞ୍ଜାବ କିଙ୍ଗ୍ସକୁ ଏକତରଫା ଭାବେ ପରାସ୍ତ କରିଥିଲା । ଗତ ସିଜନରେ ଉଭୟ ଦଳ ପଏଣ୍ଟ ତାଲିକାରେ ଶେଷ ୨ସ୍ଥାନ ଅଧିକାର କରିଥିଲେ । ଏଥର ଟାଇଟଲ ଦୌଡରେ ସାମିଲ ହେବାକୁ ଲକ୍ଷ୍ୟ ରଖିଛନ୍ତି । ତେଣୁ କୌଣସି ମ୍ୟାଚ୍କୁ ହାଲ୍କା ଭାବେ ଗ୍ରହଣ କରିବାକୁ ଉଭୟ ଦଳ ପ୍ରସ୍ତୁତ ନାହାନ୍ତି । ସୋମବାର ଉଭୟ ଦଳ ଶ୍ରେଷ୍ଠ ଏକାଦଶ ନେଇ ଗ୍ରାଉଣ୍ଡକୁ ଓହ୍ଲାଇବେ ।

ଚେନ୍ନାଇ ସୁପରକିଙ୍ଗ୍ସ: ଋତୁରାଜ ଗାଏକୱାଡ୍, ଫାଫ ଡୁ ପ୍ଲେସି, ମୋଇନ ଅଲି, ସୁରେଶ ରାଇନା, ଅମ୍ବାତି ରାୟୁଡୁ, ସାମ କୁରାନ, ରବିନ୍ଦ୍ର ଜାଡେଜା, ମହେନ୍ଦ୍ର ସିଂ ଧୋନି(ଅଧିନାୟକ), ଡ୍ୱେନ ବ୍ରାଭୋ, ସର୍ଦୁଲ ଠାକୁର, ଦୀପକ ଚହର

ରାଜସ୍ଥାନ ରୟାଲ୍ସ: ଜୋସ ବଟଲର, ମନନ ଭୋରା, ସଞ୍ଜୁ ସାମସନ(ଅଧିନାୟକ), ଶିବମ ଦୁବେ, ଡେଭିଡ୍ ମିଲର, ରିୟାନ ପରାଗ, ରାହୁଲ ତେୱାତିଆ, କ୍ରିସ୍ ମୋରିସ, ଜୟଦେବ ଉନାକାତ, ଚେତନ ସକାରିୟା, ମୁସ୍ତାଫିଜୁର ରେହମାନ ।

Swagatika

Recent Posts

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

2 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

10 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

11 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

28 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

29 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

33 mins ago