କ୍ରୀଡା

ଆଜି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ କ୍ରିକେଟ୍‌ ଫାଇନାଲ୍‌, ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ଆଜି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ କ୍ରିକେଟ୍‌ ଫାଇନାଲ୍‌ । ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ । ଟାଇଟଲ୍‌ଠାରୁ ଆଉ ପାଦେ ଦୂରରେ ଭାରତ । ଭାରତୀୟ ସମୟ ସଂଧ୍ୟା ୬ଟା ୩୦ ମିନିଟରୁ ଆରମ୍ଭ ହେବ ମହାଲଢେଇ । ପଞ୍ଚମ ଥର ଚାମ୍ପିଅନ୍‌ ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ । ୨୦୧୬ରୁ ଲଗାତାର ଚତୁର୍ଥ ଥର ଫାଇନାଲ ଆସିଛି ଭାରତ ।

ଗତ ୧୪ ସଂସ୍କରଣରୁ ୮ ଥର ଫାଇନାଲକୁ ଯାଇଛି ଭାରତୀୟ ଜୁନିୟର କ୍ରିକେଟ ଟିମ । ଆଜି ଇଂଲଣ୍ଡକୁ ପରାସ୍ତ କରି ନିଜର ଆଧିପତ୍ୟ ବିସ୍ତାର ପାଇଁ ଭାରତ ଲକ୍ଷ୍ୟ ରଖିଛି । ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଟିମ୍‌ ଅଧିନାୟକ ୟଶ ଧୂଲଙ୍କ ଉପରେ ସମସ୍ତଙ୍କର ନଜର ରହିଛି । ସେମିରେ ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ମାରି ଦଳକୁ ଦେଇଥିଲେ ଫାଇନାଲ୍‌ ଟିକେଟ୍‌ ।

ଏପଟେ ୨୪ ବର୍ଷ ପରେ ପ୍ରଥମ ଥର ଫାଇନାଲ ପ୍ରବେଶ କରିଥିବା ଇଂଲଣ୍ଡ ଟିମ କୌଣସି ମତେ ଏଥର ବିଜେତା ହେବାକୁ ସ୍ୱତନ୍ତ୍ର ଗେମ ପ୍ଲାନ କରିଛି । ୧୯୯୮ରେ ବ୍ରିଟିସ ଟିମ ଶେଷଥର ପାଇଁ ବିଜେତା ହୋଇଥିଲା । ସେମିରେ ଆଫଗାନିସ୍ତାନକୁ ପରାସ୍ତ କରି ଫାଇନାଲରେ ଏଣ୍ଟି୍ର କରିଛି ଟିମ ଇଂଲଣ୍ଡ ।

Sonalisa

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

4 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

19 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

31 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

32 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago