କ୍ରୀଡା

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ବିରାଟ କୋହଲି, ସୋସିଆଲ ମିଡିଆରେ ସେୟାର କଲେ ଭାବବିହ୍ଵଳ ପୋଷ୍ଟ

ଓଡିଶା ବାଲେଶ୍ୱରର ବାହାନଗାରେ ହୋଇଥିବା ଟ୍ରେନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଟିମ୍‌ ଇଣ୍ଡିଆର ଖେଳାଳି ବିରାଟ କୋହଲି । ବେଙ୍ଗାଲୁରୁ-ହାଓ୍ଵଡା ସୁପରଫାଷ୍ଟ ଏକ୍ସପ୍ରେସ, ଶାଲିମାର-ଚେନ୍ନାଇ ସେଣ୍ଟ୍ରାଲ କରମଣ୍ଡଳ ଏକ୍ସପ୍ରେସ ଏବଂ ମାଲବାହୀ ଟ୍ରେନ ଧକ୍କା ହୋଇଛି । ଘଟଣା ସ୍ଥଳରେ ଏନଡିଆରଏଫ ଟିମର ସଦସ୍ୟମାନେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।ଭୟଙ୍କର ରେଳ ଦୁର୍ଘଟଣାର ବର୍ତ୍ତମାନ ସୁଦ୍ଧା ୨୩୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆହତଙ୍କ ସଂଖ୍ୟା ୧୦୦୦ରେ ପହଞ୍ଚି ଯାଇଛି ।

ଖବର ମୁତାବକ, ବିରାଟ କୋହଲି ଏହି ଘଟଣାରେ ଟ୍ଵିଟ୍‌ କରି ଲେଖିଛନ୍ତି, ‘ଓଡିଶାରେ ଭୟଙ୍କର ଟ୍ରେନ ଦୁର୍ଘଟଣା ବିଷୟରେ ଶୁଣି ମୁଁ ଦୁଃଖିତ । ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କ ପ୍ରତି ମୋର ସମବେଦନା । ଆଉ ଆହତଙ୍କୁ ଶୀଘ୍ର ସୁସ୍ଥ ହେବା ପାଇଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛି ।

ବିରାଟ ଏବେ ଓ୍ଵାଲର୍ଡ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ମ୍ୟାଚ ପାଇଁ ଇଂଲଣ୍ଡରେ ଅଭ୍ୟାସ କରୁଛନ୍ତି । ଟିମ୍‌ ଇଣ୍ଡିଆର ସମସ୍ତ ଖେଳାଳି ଇଂଲଣ୍ଡରେ ଫାଇନାଲ ମ୍ୟାଚ୍‌ ପାଇଁ ଅଭ୍ୟାସ କରୁଛନ୍ତି ।

ସରକାରଙ୍କ ପକ୍ଷରୁ ମୃତକଙ୍କ ପାଇଁ କେନ୍ଦ୍ର ସରକାର ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଥିବା ବେଳେ ରେଳ ମନ୍ତ୍ରଣାଳୟ ପକ୍ଷରୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି । ୧୨ ଘଣ୍ଟା ହେଲାଣି ରେସକ୍ୟୁ ଅପରେସନ ଜାରି ରହିଛି ।

Swagatika

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

10 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

13 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

16 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

22 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

37 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

1 hour ago