ରଥାରୁଢ଼ ୩ ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ

ପୁରୀ: ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତି । ଇତିମଧ୍ୟରେ ସରିଛି ତିନି ଠାକୁରଙ୍କ ପହଣ୍ଡି ବିଜେ । ତିନି ଠାକୁରଙ୍କ ପହଣ୍ଡି ସରି ରଥାରୁଢ଼ ହୋଇସାରିଛନ୍ତି । କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡ ଯିବାକୁ ବାରଣ କରାଯାଇଥିବାବେଳେ କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଅନୁଷ୍ଠିତ ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥାରୁଢ଼ ୩ ଠାକୁରଙ୍କୁ ଦର୍ଶନ କରିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ । ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ରଥଯାତ୍ରାରେ ଗୁଣ୍ଡିଚା ମନ୍ଦିରକୁ ବାହାରିଛନ୍ତି।

ଅପରପଟେ, ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି । ପ୍ରଥମେ ଦେବଦଳନ ରଥରେ ରଥାରୂଢ଼ ହୋଇଛନ୍ତି ଚକ୍ରରାଜ ସୁଦର୍ଶନ ଓ ଦେବୀ ସୁଭଦ୍ରା । ଏହାପରେ ତାଳଧ୍ୱଜ ରଥରେ ରଥାରୁଢ଼ ହୋଇଛନ୍ତି ବଡ଼ଡାକୁର ଶ୍ରୀବଳଭଦ୍ର । ଶେଷରେ ପହଣ୍ଡି ସାରି ଶ୍ରୀଜଗନ୍ନାଥ ନନ୍ଦିଘୋଷ ରଥରେ ରଥାରୂଢ଼ ହୋଇଛନ୍ତି । ସମସ୍ତ ନୀତି ସରିବା ପରେ ତିନି ଠାକୁରଙ୍କ ରଥଟଣା ଆରମ୍ଭ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.