ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ମୃତ; ୧୦ରୁ ଅଧିକ ଆହତ

ଗଞ୍ଜାମ ଧରାକୋଟ ଥାନା ଢ଼ଉଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁଇ ବସ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଆସିକା ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ସୋରଡ଼ା (କେନ୍ୟୁଜ): ଗଞ୍ଜାମ ଧରାକୋଟ ଥାନା ଢ଼ଉଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁଇ ବସ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଆସିକା ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଆବସ୍ତା ଗୁରୁତର ହେବାରୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଗତକାଲି ରାତିରେ ଦିଲଖୁସ୍ ବସ୍ ଓ ହ୍ବାଇଟି ହର୍ସ ବସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଦିଲଖୁସ ବସର ଡ୍ରାଇଭର କାଳିଆ ଗୌଡଙ୍କ ଘଟଣାସ୍ଥଳରେ ମୃତ ଘଟିଛି । ଘଟଣାସ୍ଥଳରେ ଆସିକା sdpo ଉମା ଶଙ୍କର ସିଂ , ଆସିକା ପୋଲିସ ,ଧରାକୋଟ ପୋଲିସ ଦମକଳ ବାହିନୀ ପହଞ୍ଚି ଉଧାର କରିଥିଲେ ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.