ରାଜ୍ୟ

SRFTI ପକ୍ଷରୁ ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ ସତ୍ୟଜିତ ରାୟଙ୍କ ୧୦୨ତମ ଜୟନ୍ତୀ ପାଳିତ

କୋଲକାତାର ସତ୍ୟଜିତ ରାୟ ଫିଲ୍ମ ଆଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟ-SRFTI ପକ୍ଷରୁ ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ ସତ୍ୟଜିତ ରାୟଙ୍କ ୧୦୨ତମ ଜୟନ୍ତୀ ପାଳନ କରାଯାଇଛି । ଏହି ଅବସରରେ କୋଲକାତା ସ୍ଥିତ ସତ୍ୟଜିତ ରାୟଙ୍କ ବାସଭବନରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ବିଭାଗର ଅତିରିକ୍ତ ସଚିବ ଓ ବିତ୍ତ ବିଭାଗ ପରାମର୍ଶଦାତା ଜୟନ୍ତ ସିହ୍ନା, ଏସଆରଏଫଟି ନିର୍ଦ୍ଦେଶକ ହିମାଂଶୁ ଶେଖର ଖଟୁଆ, ଡିନ୍‌ ବିପିନ ବିଜୟ, ରେଜିଷ୍ଟ୍ରାର ସୁଶ୍ରୁତ ଶର୍ମା ପ୍ରମୁଖ ପହଞ୍ଚି ସତ୍ୟଜିତ ରାୟଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ ।

ସତ୍ୟଜିତ ରାୟଙ୍କ ପୁଅ ସନ୍ଦୀପ ରାୟ ଏସଆରଏଫଟିର ଅଧିକର୍ତ୍ତାମାନଙ୍କୁ ସ୍ୱାଗତ ଜଣାଇଥିଲେ । ସତ୍ୟଜିତ ରାୟ ଙ୍କ ଚଳଚ୍ଚିତ୍ର ଜଗତ ପ୍ରତି ଅବଦାନ ଓ ତାଙ୍କ ସର୍ଜନାତ୍ମକ ଦିଗ ବିଷୟରେ ଏସଆରଏଫଟିର ନିର୍ଦ୍ଦେଶକ ହିମାଂଶୁ ଶେଖର ଖଟୁଆ ବର୍ଣ୍ଣନା କରିଥିଲେ । ପରେ ଏସଆରଏଫଟିଆଇ ପରିସରରେ ସତ୍ୟଜିତ ରାୟଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ତାଙ୍କର ସ୍ମୃତିଚାରଣ କରାଯାଇଛି

Niharanjan

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

13 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

15 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

21 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

30 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

30 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

48 mins ago