ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୦ କୋଭିଡ୍ ପଜିଟିଭ୍ , ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ୨୪ ଘଣ୍ଟାରେ ରାଜ୍ୟରେ ୧୦୩୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ଏହି ସଂଖ୍ୟା ଥିଲା ୧୧୭୪। କ୍ୱାରେଣ୍ଟିନରୁ ୬୦୩ ଓ ଲୋକାଲ କଣ୍ଟାକ୍ଟ କେସ୍‌ ୪୨୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷ ଭିତରେ ୧୭୯ ଜଣ ସଂକ୍ରମିତ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୬୪ ଜଣ ଆକ୍ରାନ୍ତ ରହିଛନ୍ତି । ରାଜ୍ୟରେ କୋଭିଡ୍‌ ଆକ୍ଟିଭ୍‌ କେସ ୬ ହଜାର ୯୭୪କୁ ବୃଦ୍ଧି ପାଇଛି ।

 

 

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡରୁ ୨୨୭, ମୟୂରଭଞ୍ଜରୁ ୧୧୦ ଓ ସମ୍ବଲପୁରରୁ ୭୭ଟି କେସ୍‌ ରହିଛି । ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୬ଜଣ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୬୪ଜଣ, କୋରାପୁଟ ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୩୯ଜଣ,, ଷ୍ଟେଟ ପୁଲ୍‌ରୁ ୩୬ଜଣ ରହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.