Below header

୧୧ ଜିଲ୍ଲା‌ରେ ଅନୁଭୂତ ହେବ ଶୀତ ଲହରୀ, ୟେଲୋୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ୧୧ ଜିଲ୍ଲାକୁ ଶୀତ ଲହରୀ ସତର୍କତା। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ଥଣ୍ଡା ପବନ ଅନୁଭୂତ ହେବ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ପାଇଁ ‌ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ କନ୍ଧମାଳ ଆଦି ଜିଲ୍ଲା‌ରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହେବାର ସମ୍ଭାବନା ରହିଛି। ଅତ୍ୟାବଶ୍ୟକ କାମ ନଥିଲେ ଭୋର୍ ରୁ କିମ୍ବା ସନ୍ଧ୍ୟା ପରେ ଲୋକଙ୍କୁ ବାହାରକୁ ଯିବା ଆସିବା ନକରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ସେହିପରି ଆସନ୍ତା ୧ରୁ ୨ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଥଣ୍ଡା ପବନ ଅନୁଭୂତ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.