Below header

ବ୍ୟାପୁଛି ସ୍କ୍ରବ୍ ଟାଇଫସ୍ : ଆଜି ପୁଣି ସୁନ୍ଦରଗଡ଼ରେ ୧୧ ଆକ୍ରାନ୍ତ ଚିହ୍ନଟ

 ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍। ଆଜି ପୁଣି ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି ୧୮୦ । ଏନେଇ ସୂଚନା ଦେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ।

ସୁନ୍ଦରଗଡ଼ (କେନ୍ୟୁଜ): ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍। ଆଜି ପୁଣି ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି ୧୮୦ । ଏନେଇ ସୂଚନା ଦେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ।

ଗତକାଲି ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଔଷଧ ଓ ନମୁନା ପରୀକ୍ଷା ପାଇଁ ସମସ୍ତ ସୁବିଧା ଥିବା ସହ ସ୍ବତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ରହିଛନ୍ତି। ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ଏହି ସଂକ୍ରମଣ ଆରମ୍ଭ ହୋଇଥାଏ। ପୋଖରୀ , ବିଲ କି ଜଙ୍ଗଲକୁ ଯାଉଥିବା ଲୋକ ଏହି କୀଟ ଦଂଶନର ଶିକାର ହୋଇଥାନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.