ତୃତୀୟ ଲହର ମୁକାବିଲା ପାଇଁ ୧୧ ଶହ ୧୪ ଜଣ ଡାକ୍ତରଙ୍କୁ ଦିଆଯିବ ତାଲିମ

ଭୁବନେଶ୍ୱର(କେ ନ୍ୟୁଜ): ରାଜ୍ୟରେ କମୁଛି କରୋନା ସଂକ୍ରମଣ । କମ୍‌ ସଂକ୍ରମଣ ଥିବା ଜିଲ୍ଲାରେ ଅନଲକ୍‌ ପ୍ରକ୍ରିୟା ଆରମ୍ଭ କରିବା ବିଷୟରେ ବିଚାର କରୁଛନ୍ତି ସରକାର । ରାଜ୍ୟରେ କୋଭିଡ୍‌ ସ୍ଥିତି ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ସଂକ୍ରମଣରେ ଉନ୍ନତି ପରିଲକ୍ଷିତ ହେବା ସହ ପଜିଟିଭିଟି ରେଟ୍‌ ହ୍ରାସ ପାଇଥିବାରୁ ଆଶ୍ୱସ୍ତି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଗାମୀ କିଛି ସପ୍ତାହରେ ଆହୁରି ଉନ୍ନତି ଆସିବ । କିଛି ଜିଲ୍ଲାରେ ପଜିଟିଭ୍‌ ହାରଅଧିକ ଥିବାରୁ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେଇ କାମ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ପରିସ୍ଥିତିରେ ଉନ୍ନତି

ଆସିଥିଲେ ମଧ୍ୟ ଦ୍ଵିତୀୟ ଲହର ପ୍ରଭାବରୁ ଆମେ ଏବେ ମଧ୍ୟ ସଂପୂର୍ଣ୍ଣ ମୁକ୍ତ ହୋଇନାହୁଁ । ପର୍ବପର୍ବାଣୀ ଆସୁଥିବାରୁ ଅଧିକ ସତର୍କତା ଅବଲମ୍ବନ କରିବାକୁ କହିଛନ୍ତି । ଦୈନିକ ଟିକାଦାନକୁ ୩ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର କରାଯାଉଛି । ଏଥିପାଇଁ ତାଲିମ ନେବେ ୧୧ଶହ ୧୪ ଡାକ୍ତର । ଶିଶୁମାନଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.