ରାଜ୍ୟ

ରାଜ୍ୟ ମତ୍ସ୍ୟ ଓ ପଶୁସମ୍ବଳ ବିକାଶ ବିଭାଗରେ ୧୧୫ ଜଣ ସହକାରୀ ମତ୍ସ୍ୟ ଅଧିକାରୀ ପାଇଲେ ନିଯୁକ୍ତି, ମୁଖ୍ୟମନ୍ତ୍ରୀ ଦେଲେ ଦିଗ୍‌ଦର୍ଶନ

କେନ୍ୟୁଜ୍(ବ୍ୟୁରୋ): ନବନିଯୁକ୍ତ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗ୍‌ଦର୍ଶନ। ମତ୍ସ୍ୟ ଉତ୍ପାଦନରେ ଓଡ଼ିଶକୁ ଏକ ନମ୍ବର ରାଜ୍ୟ କରିବାକୁ ନବନିଯୁକ୍ତ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ଅପିଲ୍‌ କରିଛନ୍ତି। ରାଜ୍ୟ ମତ୍ସ୍ୟ ଓ ପଶୁସମ୍ବଳ ବିକାଶ ବିଭାଗରେ ୧୧୫ ଜଣ ସହକାରୀ ମତ୍ସ୍ୟ ଅଧିକାରୀ ନୂତନ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହି ନବନିଯୁକ୍ତ ଅଧିକାରୀମାନଙ୍କ ପାଇଁ ଲୋକସେବା ଭବନର କନଭେନ୍‌ସନ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗ୍‌ଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଭିଡିଓ କନଫରେନ୍‌ସିଂ ଜରିଆରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ଅଧିକାରୀମାନେ ନିଜ ପଦର କାର୍ଯ୍ୟର ସୂଚାରୁରୂପେ ସମ୍ପାଦନ କରିବା ସହ ଲୋକଙ୍କୁ ଉତ୍ସାହିତ କରି ମତ୍ସ୍ୟଚାଷ ପ୍ରତି ଆକୃଷ୍ଟ କରିବା ଆବଶ୍ୟକ ବୋଲି କହିଛନ୍ତି ନବୀନ।

ବର୍ତ୍ତମାନ ଓଡ଼ିଶା ଦେଶରେ ମତ୍ସ୍ୟ ଉତ୍ପାଦନରେ ୪ର୍ଥ ସ୍ଥାନରେ ରହିଛି। ନବନିଯୁକ୍ତ ଅଧିକାରୀମାନେ ମିଶନ ମୋଡରେ କାର୍ଯ୍ୟ କରି ମତ୍ସ୍ୟ ଉତ୍ପାଦନରେ ଓଡ଼ିଶାକୁ ପ୍ରଥମ ସ୍ଥାନକୁ ନେବା ପାଇଁ କାର୍ଯ୍ୟ କରିବା ଦରକାର। 5T ଲାଗୁ ହେବା ପରେ ସରକାରୀ କାର୍ଯ୍ୟକ୍ଷେତ୍ରରେ ସ୍ୱଚ୍ଛତା ଆସିଛି। ଜ୍ଞାନକୌଶଳ ମାଧ୍ୟମରେ ଲୋକମାନଙ୍କ ପାଖରେ ଶୀଘ୍ର ପହଞ୍ଚାଇବାରେ ଏହା ସହାୟତା ହେବ। 5T ସିଦ୍ଧାନ୍ତକୁ ଅନୁସରଣ କରି ସଚ୍ଚୋଟତାର ସହ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଅଧିକାରୀଙ୍କୁ ଅପିଲ କରିଛନ୍ତି। ଗତ ଆର୍ଥିକ ବର୍ଷରେ ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ୧୦ ଲକ୍ଷ ମେଟ୍ରିକ ଟନରେ ପହଞ୍ଚିଛି। ଏହି ଦୁଇ ଦଶନ୍ଧିରେ ରାଜ୍ୟରେ ସି ଫୁଡ ରପ୍ତାନୀ ୧୨ ଗୁଣ ବଢ଼ିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଦିଗଦର୍ଶନ କାର୍ଯ୍ୟକ୍ରମରେ କୃଷି ଓ ମତ୍ସ୍ୟ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ବିଭାଗୀୟ ସଚିବ ସୁରେଶ ବଶିଷ୍ଟ ଓ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।.

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

4 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

11 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

20 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

20 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

37 mins ago