ଆହୁରି ୫ ଦିନ କଲବଲ କରିବ ତାତି, ୪୦ ଡିଗ୍ରୀ ଉପରେ ୧୨ଟି ସହରର ତାମପାତ୍ରା

ଭୁବନେଶ୍ବର(କେନ୍ୟୁଜ୍‌): ଆହୁରି ୫ ଦିନ କଲବଲ କରିବ ତାତି। ରାଜ୍ୟରେ ଏବେ ଗରମ, ଗୁଳୁଗୁଳି ଜାରି ରହିଛି। ଗତକାଲି ୧୨ଟି ସହରର ତାମପାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା। ବଲାଙ୍ଗିରରେ ସର୍ବୋଚ୍ଚ ତାପମାତ୍ରା ୪୨.୨ ଡିଗ୍ରୀ ରେକର୍ଡ କରାଯାଇଥିଲା।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଉପକୂଳ ଓ ସଲଗ୍ନ ଅଞ୍ଚଳରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ ବୋଲ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଉତ୍ତର ଓଡ଼ିଶା ଓ ସଲଗ୍ନ ଅଞ୍ଚଳରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି।

ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.